ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ; ଜୀବନଯାତ୍ରା ଠପ୍

ଜିଲ୍ଲା ମାନ୍ୟତା ଦାବି ନେଇ କୁଚିଣ୍ଡା ବନ୍ଦ । ଆଜି କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି କରି ବନ୍ଦ ପାଳନ କରୁଛି କ୍ରୀୟାନୁଷ୍ଠାନ କମିଟି। ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଉଛି ।

କୁଚିଣ୍ଡା (କେନ୍ୟୁଜ): ଜିଲ୍ଲା ମାନ୍ୟତା ଦାବି ନେଇ କୁଚିଣ୍ଡା ବନ୍ଦ । ଆଜି କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି କରି ବନ୍ଦ ପାଳନ କରୁଛି କ୍ରୀୟାନୁଷ୍ଠାନ କମିଟି। ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ଜରୁରୀ କାଳୀନ ସେବାକୁ ବାଦ ଦେଇ ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନ, ଦୋକାନବଜାର ତଥା ଗାଡି ମଟର ଚଳାଚଳ ବନ୍ଦ ରହିଛି ।

କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ପାଇଁ ବହୁ ଦିନରୁ ଦାବି ହୋଇ ଆସୁଥିବା ବେଳେ ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଛି । ଆଜି ସକାଳ ୬ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ବନ୍ଦ ଜାରି ରହିବ । ବନ୍ଦକୁ ଆଖିଆଗରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।ଏହି ବନ୍ଦ ପାଳନରେ କୁଚିଣ୍ଡାର ବିଭିନ୍ନ ରାଜନୈତିକ ଦଳ ନେତା, ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ମାନେ ସାମିଲ ହୋଇଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.