ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ବିଦ୍ୟୁତ୍ ବିଭ୍ରାଟ୍ ପ୍ରସଙ୍ଗ: ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

ମହାମହିମ ରାଷ୍ଟ୍ରପତିଙ୍କୁ ଅସମ୍ମାନ ପ୍ରତିବାଦରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ହରତାଳ ଡାକରା ଦିଆ ଯାଇଛି। ଫଳରେ ଦୋକାନ ବଜାର ଓ ଗାଡି ମୋଟର ଆଦି ଚଳାଚଳ ବନ୍ଦ ରହିଛି।

ମୟୂରଭଞ୍ଜ (କେନ୍ୟୁଜ): ମହାମହିମ ରାଷ୍ଟ୍ରପତିଙ୍କୁ ଅସମ୍ମାନ ପ୍ରତିବାଦରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ହରତାଳ ଡାକରା ଦିଆ ଯାଇଛି। ସକାଳ ୬ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି। ସକାଳୁ ସକାଳୁ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ବାରିପଦରେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଆନ୍ଦୋଳନକାରୀ ବିଭିନ୍ନ ସ୍ଥାନରେ ପିକେଟିଂ କରି ଗାଡ଼ିଚଳାଚଳ ବନ୍ଦ
କରିଛନ୍ତି। ସ୍ଥାନେ ସ୍ଥାନେ ଦଳୀୟ କର୍ମୀ ମାନେ ପିକେଟିଂ କରୁଥିବା ଦେଖିବାକୁ ମିଳିଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, କୋର୍ଟ ପରିସର ସହ ବିଭିନ୍ନ କାର୍ଯ୍ୟାଳୟରେ ଦଳୀୟ କର୍ମୀ ମାନେ ରହି ହରତାଳରେ ସାମିଲ ହୋଇଛନ୍ତି।

ସେହିପରି କପ୍ତିପଦା ଉପଖଣ୍ଡ ଉଦଳାରେ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଫଳରେ କୋର୍ଟ, କଚେରୀ, ଦୋକାନ ବଜାର ଓ ଗାଡ଼ିଚଳାଚଳ ବନ୍ଦ ରହିଛି।ଉଦଳାରେ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ କୁହାଯାଇଛି ଯେ, ରାଷ୍ଟ୍ରପତି ଭାଷଣ ଦେବା ବେଳେ ଲାଇନ କଟିଯିବା ଘଟଣାକୁ ଏତେ ଦିନ ବିତି ଯାଇଥିଲେ ମଧ୍ୟ ଜିଲ୍ଲା ପ୍ରଶାସନ ଚୁପ ବସିଛି। ଦୋଷୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ଜିଲ୍ଲା ପ୍ରଶାସନ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଆଗାମୀ ଦିନ ରେ ଆନ୍ଦୋଳନ ତୀବ୍ରତର ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.