Below header

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ, ଆରୋଗ୍ୟଙ୍କ ସଂଖ୍ୟା ୨ ହଜାର ୪୭୪କୁ ବୃଦ୍ଧି

କେନ୍ୟୁଜ୍ (ବ୍ୟୁରୋ): ଓଡିଶା ପାଇଁ ଖୁସି ଖବର। ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୦ ଜଣ ସୁସ୍ଥ ହୋଇଛନ୍ତି । ସେହିଭଳି ଖୋର୍ଦ୍ଧାରୁ ୧୯, ବାଲେଶ୍ୱରରୁ ୧୪, ବଲାଙ୍ଗିରରୁ   ୧୨, ଢେଙ୍କାନାଳରୁ ୯ ଜଣ ସୁସ୍ଥ ହୋଇଛନ୍ତି । ନୟାଗଡ଼ ଓ ସୁନ୍ଦରଗଡ଼ରୁ ୭ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୬, କେନ୍ଦୁଝରରୁ ୫, ଜଗତସିଂହପୁର ଓ ପୁରୀରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଦେବଗଡ଼, କେନ୍ଦ୍ରାପଡ଼ା ଏବଂ ଝାରସୁଗୁଡ଼ାରେ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୨ ହଜାର ୪୭୪କୁ ବୃଦ୍ଧି ପାଇଛି ।

ସେହଭଳି ଆଜି ରାଜ୍ୟରେ ୧୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା
୩୪୯୮ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛନ୍ତି ସୂଚନା ଓ ଲୋକସମ୍ପର୍କ ବିଭାଗ । ଏମଧ୍ୟରୁ ୧୦୭ ଜଣ କ୍ଵାରେଣ୍ଟିଂନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାଯାଇଛି । ଆଜି ରାଜ୍ୟରେ ୧୯ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ମଧ୍ୟରୁ ଝାରସୁଗୁଡାରୁ ୨ଜଣ, ମାଲକାନାଗିରି ଜିଲ୍ଲାରୁ ୩ ଜଣ, କେଉଁଝରରୁ ୫ ଜଣ, ଯାଜପୁର ଜିଲାରୁ ୩ ଜଣ, ଖୋର୍ଦ୍ଧରୁ ୮ ଜଣ, ଅନୁଗୁଳରୁ ୬ ଜଣ ଚିହ୍ନଟ ହୋଇଛନ୍ତି | ସେହିପରି ଦେବଗଡରୁ ୨ ଜଣ, କଟକରୁ ୩ ଜଣ, ଗଂଜାମରୁ ୬ ଜଣ, ସୁନ୍ଦରଗଡ଼ରୁ ୪ ଜଣ, ପୁରୀ ରୁ ୧୫ ଜଣ, ବୌଦ୍ଧରୁ ୩ ଜଣ, ଗଜପତି ଓ ସମ୍ବଲପୁରରୁ ୫ ଜଣ ଲେଖାଏଁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.