ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା: ରାଜ୍ୟରେ ୧୨୬ ସରପଞ୍ଚ ଓ ୩୨୬ ସମିତି ସଭ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

କେନ୍ୟୁଜ୍(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା । ୩୬ହଜାର ୫୨୩ ଜଣ ଓ୍ଵାର୍ଡ ମେମ୍ବର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ସେହିପରି ୧୨୬ ସରପଞ୍ଚ, ୩୨୬ ସମିତି ସଭ୍ୟ ବି ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ୍‌ ଦୁଇ ନମ୍ବର ଜିଲ୍ଲା ପରିଷଦ ଜୋନ୍‌ ଆସନରେ ବିଜେଡି ପ୍ରାର୍ଥୀ କଳ୍ପନା ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ।

ସେହିପରି ଜଗତସିଂହପୁର ଜିଲ୍ଲା ଢିଙ୍କିଆରେ ସରପଞ୍ଚ ଓ ୨୩ ଓ୍ଵାର୍ଡ ମେମ୍ବର ପଦ ପାଇଁ ଆସନ୍ତାବର୍ଷ ନିର୍ବାଚନ ହେବ । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.