ରାଜଧାନୀରେ ଖସୁଛି କରୋନା ଗ୍ରାଫ୍‌, ଆଜି ସୁସ୍ଥ ହେଲେ ୧୨୯୫ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ଖସୁଛି କରୋନା ସଂକ୍ରମଣ ଗ୍ରାଫ। ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜଧାନୀ ଭୁବନେଶ୍ବରରୁ ୧୨୯୫ ଜଣ ସୁସ୍ଥ ହୋଇ ଫେରିଛନ୍ତି ।ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୪୨୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୫୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୩୬୯ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୦,୯୦୯।


ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୭୨,୬୦୮ ଜଣ ସୁସ୍ଥ ହୋଇସାରିଛନ୍ତି । ୩୫୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ହଜାର ୯୨୨ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୧୨୯୫ ଜଣ ସୁସ୍ଥ ହୋଇ ଫେରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ସୂଚନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.