Below header

ମୃତଦେହରୁ ଆଖି ତାଡିନେବା ଘଟଣା, ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଅନୁଗୁଳ ବନ୍ଦ

ଅନୁଗୁଳ(କେନ୍ୟୁଜ୍): ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଅନୁଗୁଳ ବନ୍ଦ। ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ମୃତଦେହରୁ ଆଖି ତାଡିନେବା ଘଟଣାରେ ବିଜେପି ପକ୍ଷରୁ ଅହି ବନ୍ଦ ଡାକରା ଦିଆଯାଇଛି। ବନ୍ଦ ଯୋଗୁଁ ସହରରେ ଦୋକନ ବଜାର ବନ୍ଦ ରହିବା ସହ ଗାଡି ଚଳାଚଳ ଠପ୍‌ ହୋଇଯାଇଛି। କର୍ମୀମାନେ ପିକେଟିଂ କରିବା ସହ ରାସ୍ତା ଅବରୋଧ କରିଛନ୍ତି। ନିରପେକ୍ଷ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି। ଗତ ଦୁଇ ଦିନ ଭିତରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଦୁଇଟି ମୃତଦେହରୁ ଆଖି ତାଡି ନିଆଯାଇଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.