ଭୁଶୁଡୁଛି ମାଓଗଡ଼: ଆତ୍ମସମର୍ପଣ କଲେ ୧୩ ମାଓବାଦୀ
ମାଲକାନଗିରି: ଭୁଶୁଡୁଛି ମାଓଗଡ଼ । ଆତ୍ମସମର୍ପଣ କଲେ ୧୩ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ SPଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଦୀର୍ଘ ବର୍ଷ ହେବ ମାଓ ସଙ୍ଗଠନର ଅନେକ ହିଂସାକାଣ୍ଡରେ ସାମିଲ ଥିଲେ । ମାଓ ଆଦର୍ଶରୁ ମାଓବାଦୀ ବିଚ୍ୟୁତ ହେବାରୁ ଆତ୍ମସମର୍ପଣ କରିଥିବା କହିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୨ ଜଣ ମହିଳା ଅଛନ୍ତି ।
ଟପ ମାଓ ନେତା CCM ଉଦୟର ଅଙ୍ଗରକ୍ଷୀ ମୁନ୍ନା ଏବଂ ସୁଖରାମ ନାଁରେ ୫ ଲକ୍ଷ ଟଙ୍କା ପୁରସ୍କାର ଥିଲା । ଆତ୍ମସମର୍ପଣ ପରେ ସେମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ ପାଇଁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ। ପ୍ରୋତ୍ସାହନ ରାଶି ହିସାବରେ ସମସ୍ତଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଦିଆଯାଇଛି । STF, DRG ,ବସ୍ତର ଫାଇଟର ଏବଂ CRPF ମିଳିତ ଉଦ୍ୟମ ଯୋଗୁଁ ଏହି ସଫଳତା ମିଳିଥିବା ସୂଚନା ଦେଇଛନ୍ତି ବିଜାପୁର SP ଜିତେନ୍ଦ୍ର ଯାଦବ ।