କିସରେ ଭୀମରାଓ ବାବା ଆମ୍ବେଦକରଙ୍କ ୧୩୪ ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : କିସରେ ଭୀମରାଓ ବାବା ଆମ୍ବେଦକରଙ୍କ ୧୩୪ ତମ ଜୟନ୍ତୀ ପାଳିତ। ଏହି ଅବସରରେ କିସରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ କିଟ୍, କିସ ଓ କିମ୍ସର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ ଥିଲେ। କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଶ୍ରୀ ସାମନ୍ତ ସମ୍ବିଧାନ ପ୍ରଣେତା ଆମ୍ବେଦକରଙ୍କ ସମ୍ପର୍କରେ ସୂଚନା ଦେଇ ତାଙ୍କର ସ୍ମୃତି ଚାରଣ କରିଥିଲେ l ଏହି କାର୍ଯ୍ୟକ୍ରମରେ କିସ ବିଶ୍ୱବିଦ୍ୟାଳୟ କୁଳସଚିବ ଡ. ପ୍ରଶାନ୍ତ ରାଉତରାୟ, କିସ ଉପ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ ପାତ୍ରଙ୍କ ସମେତ କିସର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।