ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେ ନ୍ୟୁଜ): ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବରେ ଗତରାତିରୁ ରାଜ୍ୟରେ ବର୍ଷା ଲାଗି ରହିଛି। ଉତ୍ତର ଉପକୂଳ ଜିଲ୍ଲାର କେନ୍ଦ୍ରାପଡ଼ା ସମେତ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମାର୍ଶାଘାଇରେ ସର୍ବାଧିକ ବର୍ଷା ହୋଇଛି। ଆଗାମୀ ୪ଦିନ ଧରି ଲଗାଣ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ରାଜ୍ୟର ସମସ୍ତ

ଜିଲ୍ଲାରେ ବିକ୍ଷିପ୍ତ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେହିପରି ପ୍ରବଳ ବର୍ଷା ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର , କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ମାଲକାନଗିରି ଓ କୋରାପୁଟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ପୂର୍ବାନୁମାନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.