ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏସଡିସିରେ ସାମିଲ୍ ହେଲା ଆଉ ୧୪ ଜିଲ୍ଲା, ଖର୍ଚ୍ଚ ହେବ ୨୨୩ କୋଟି ଟଙ୍କା

ଭୁବନେଶ୍ୱର (କେନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୧୪ଟି ନୂଆ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଶୁଭାରମ୍ଭ କରିଛନ୍ତି । ଆଦିବାସୀଙ୍କ କଳା, ସଂସ୍କୃତିର ସୁରକ୍ଷା ଓ ସଂରକ୍ଷଣ ନେଇ ସ୍ୱତନ୍ତ୍ର ବିକାଶ ପରିଷଦର ପରିସୀମା ୨୩ ଜିଲ୍ଲାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଆଜି ଭୁବନେଶ୍ୱରରେ ସ୍ୱତନ୍ତ୍ର ବିକାଶ ପରିଷଦର ବର୍ଣ୍ଣାଢ୍ୟ ଉତ୍ସବରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ଵତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ୍ ଜିଲ୍ଲା ଗୁଡିକ ହେଲା ଅନୁଗୋଳ, ବଲାଙ୍ଗୀର, ବାଲେଶ୍ବର, ବରଗଡ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡା, କଳାହାଣ୍ଡି, ନୂଆପଡା, ନୟାଗଡ, ସମ୍ବଲପୁର ଜିଲ୍ଳା। ଏଥିସହ ଏସଡିସିର ପରିସୀମା ୨୩ ଜିଲ୍ଲାକୁ ବୃଦ୍ଧି ଘଟିଛି।

୨୦୧୮ରେ ପ୍ରଥମ ଥର ପାଇଁ ଅଭିନବ ଭାବେ ଆଦିବାସୀ ବହୁଳ ଜିଲ୍ଲାରେ ଆଦିବାସୀ ଭାଷା, ନୃତ୍ୟ, ସଂଗୀତ ଓ କଳାକାରଙ୍କୁ ବିଶ୍ୱ ଦରବାରରେ ପରିଚିତ କରିବା ପାଇଁ ୯ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ଆରମ୍ଭ କରିଥିଲେ ସ୍ୱତନ୍ତ୍ର ବିକାଶ ପରିଷଦ । ପୂର୍ବରୁ ୯ଟି ଜିଲ୍ଲାରେ ସ୍ବତନ୍ତ୍ର ବିକାଶ ପରିଷଦ କାର୍ଯ୍ୟ କରୁଥିବା ବେଳେ ଏବେ ଆଉ ୧୪ଟି ଜିଲ୍ଲାକୁ ଏସଡିସିରେ ସାମିଲ କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଦିବାସୀଙ୍କ ବିକାଶ ପାଇଁ ୨୨୩ କୋଟି ଖର୍ଚ୍ଚ କରିବେ ରାଜ୍ୟ ସରକାର । ୨୦୨୩-୨୪ରେ ୨୨୩ କୋଟି ଖର୍ଚ୍ଚ କରିବେ ସରକାର । ଏହା ଦ୍ୱାରା ୮୦ ଲକ୍ଷରୁ ଅଧିକ ଜନଜାତି ଉପକୃତ ହେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି କି ଯେ ଜଗନ୍ନାଥ ସଂସ୍କୃତି ସହିତ ଜନଜାତି ସଂସ୍କୃତିର ଗଭୀର ସମ୍ପର୍କ ଅଛି। ଏଥିରେ ପ୍ରକୃତି ଓ ପରିବେଶର ସୁରକ୍ଷା ଉପରେ ଗୁରୁତ୍ବ ଦିଆଯାଇଛି। ପ୍ରକୃତିର ପୂଜା ଓ ଭାଇଚାରା ଆଦିବାସୀ ସଂସ୍କୃତିର ମୁଖ୍ୟ ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବିକାଶର ପରିଭାଷାରେ କଳା ଓ ସଂସ୍କୃତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସେମାନଙ୍କ କଳା ଓ ସଂସ୍କୃତିର ସଂରକ୍ଷଣ ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରାଯାଇଛି। ରାଜନୀତି ଠାରୁ ଆରମ୍ଭ କରି ସାହିତ୍ୟ, ସଂସ୍କୃତି, ଭାଷା, ରାଜନୀତି ସବୁ କ୍ଷେତ୍ରରେ ଜନଜାତି ବର୍ଗର ଲୋକଙ୍କ ଅବଦାନ ରହିଛି। ଓଡ଼ିଶାର ସଂସ୍କୃତିକୁ ସେମାନେ ଗୌରବମୟ କରିଛନ୍ତି। ମୁଁ ସେମାନଙ୍କ ପାଇଁ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏଥିସହିତ ନୂଆ ପରିଷଦ ଗଠନ ଦ୍ଵାରା ସବୁ ଛୋଟ ଛୋଟ ବର୍ଗର ଜନଜାତି ଗୋଷ୍ଠୀ ସେମାନଙ୍କ କଳା ଓ ଐତିହ୍ୟ ର ସୁରକ୍ଷା ପାଇଁ ମଧ୍ଯ ନିଜର ଗୁରୁତ୍ଵ ପୁର୍ଣ୍ଣ ଅବଦାନ ରଖି ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଜନଜାତି କଳା ଓ ସଂସ୍କୃତି ପ୍ରତି ଲୋକଙ୍କ ଆଗ୍ରହ ରହିଛି ବୋଲି ପ୍ରକାଶ କରି ମୁଖ୍ୟ ମନ୍ତ୍ରୀ କହିଲେ ଯେ ଭୁବନେଶ୍ଵର ର Tribal Museum ଏବେ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ଆକର୍ଷଣ ହୋଇଛି। ଜନଯାତି ସଂସ୍କୃତି, ଜୀବନ ପ୍ରତି ସେମାନଙ୍କ ଦୃଷ୍ଟିଭଙ୍ଗୀ, ପ୍ରକୃତିର ସଂରକ୍ଷଣ ଓ ସେମାନଙ୍କ ଚିକିତ୍ସା ପ୍ରଣାଳୀ ସମ୍ପର୍କରେ ଅଧିକ ଗବେଷଣା ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

 

 

Barsha

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

5 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

7 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

13 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

22 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

22 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

40 mins ago