ପୁରୀ: ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ୨୩ ତାରିଖ ରାତି ୧୦ଟାରୁ ଜାରି ହେବ ୧୪୪ ଧାରା

ପୁରୀ(କେନ୍ୟୁଜ୍):  ସ୍ନାନ ପୂର୍ଣ୍ଣିମା ଅବସରରେ ପୁରୀର ବିଭିନ୍ନ ସ୍ଥାନରେ ଜାରି ହୋଇଛି ୧୪୪ ଧାରା । ଜନସମାଗମକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ । ଆସନ୍ତା ୨୩ ତାରିଖ ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ଯାଏ ବଳବତ୍ତର ରହିବ ।

କେବଳ ଅନୁମତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ବ୍ୟତୀତ ଅନ୍ୟ କାହାରିକୁ ପୁରୀକୁ ପ୍ରବେଶ ଅନୁମତି ମିଳିବ ନାହିଁ । ଏହି ସୂଚନା ଦେଇଛନ୍ତି ପୁରୀ ଉପଜିଲ୍ଲାପାଳ ଭବତାରଣା ସାହୁ । ଆଦେଶର ଉଲ୍ଲଂଘନ କଲେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.