ରାଜ୍ୟ

ଜଗତସିଂହପୁର ଜିଲ୍ଲାର ଦୁଇଟି ଶକ୍ତିପୀଠରେ ୧୪୪ ଧାରା, ପଣା ସଂକ୍ରାନ୍ତି ଝାମୁ ଯାତ୍ରା ପାଇଁ କଟକଣା ଜାରି

ଜଗତସିଂହପୁର (କେନ୍ୟୁଜ) : ଶକ୍ତିପୀଠରେ ୧୪୪ ଧାରା, ଜଗତସିଂହପୁର ଜିଲ୍ଲାର ଦୁଇଟି ଶକ୍ତିପୀଠରେ ୧୪୪ ଧାରା ଜାରି କଲା ଜିଲ୍ଲା ପ୍ରଶାସନ। ସେହି ଶକ୍ତିପୀଠ ଦୁଇଟି ହେଉଛି ଝଙ୍କଡ଼ ମା’ ଶାରଳା ପୀଠ ଓ ବାଲିକୁଦା ଥାନା ପରାହାଟ ଭଗବତୀ ମନ୍ଦିର । ପଣା ସଂକ୍ରାନ୍ତି ଝାମୁ ଯାତ୍ରା ପାଇଁ ଲୋକେ ଯେପରି ଏହି ସ୍ଥାନରେ ଏକତ୍ରିତ ହୋଇନପାରିବେ ସେଥିପାଇଁ ଜିଲ୍ଲା ପ୍ରଶାସନ ଏପରି ନିଷ୍ପତି ନେଇଛି ।

ଆସନ୍ତାକାଲି ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଅର୍ଥାତ ତିନି ଦିନ ପାଇଁ ଏଠାରେ ଏହି ୧୪୪ ଧାରାକୁ ବଳବତ୍ତର ରଖାଯିବ ।ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଜାରି କରାଯାଇଥିବା ଏହି ନିର୍ଦ୍ଦେଶରେ ଏହି ଦୁଇ ଅଞ୍ଚଳରେ ଗୋଟିଏ ସ୍ଥାନରେ ୪ ଜଣରୁ ଅଧିକ ଲୋକ ଏକତ୍ର ନହେବାକୁ କୁହାଯାଇଛି। ଯେହେତୁ ଏପ୍ରିଲ୍‌ ୧୪ ତାରିଖ ହେଉଛି ପଣାସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଏଥିପାଇଁ ଦୁଇ ଶକ୍ତିପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୁଏ । କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଲୋକଙ୍କୁ ଏକତ୍ରିତ ନହେବା ପାଇଁ ଏପରି ନିୟମ ଲାଗୁ କରିଥିବା ଜଣାଯାଇଛି।

 

 

KNews Bureau

Recent Posts

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

20 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

22 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

25 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

31 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

46 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

1 hour ago