Below header

ରାଜ୍ୟରେ ସକ୍ରିୟ ରହଛି ଲଘୁଚାପ, ୧୫ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପଜନିତ ବର୍ଷା। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୫ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କୋରାପୁଟ, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା, ଝାରସୁଗୁଡ଼ା, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେପଟେ ଅଗଷ୍ଟ ପହିଲାରୁ ରାଜ୍ୟରେ ବଢିବ ବର୍ଷା। ୨ ରୁ ୩ ଦିନ ଯାଏଁ ବର୍ଷା ଲାଗି ରହିବ। ଆସନ୍ତାକାଲି ଠାରୁ ରାଜ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.