ରାଜ୍ୟ

ଟ୍ରକ ପଛକୁ ଧକ୍କା ଦେଲା ଟୁରିଷ୍ଟ ବସ, ୧୫ରୁ ଅଧିକ ଆହତ

ସୋର(କେନ୍ୟୁଜ୍): ଟ୍ରକ ପଛକୁ ଧକ୍କା ଦେଲା ଟୁରିଷ୍ଟ ବସ। ୧୫ ରୁ  ଅଧିକ ଆହତ । ସୋର ଡାକ୍ତରଖାନାରେ ଭର୍ତି। ନେପାଳ ବଙ୍କେ ଅଞ୍ଚଳରୁ ପୁରୀ ତୀର୍ଥ ଯାତ୍ରୀଙ୍କୁ ନେଇ ଯାଉଥିବା ଟୁରିଷ୍ଟ ଇଣ୍ଡିଆ ନାମକ ଏକ ଘରୋଇ ବସ ୧୬ ନଂ ଜାତୀୟ ରାଜପଥ ସୋର କଲେଜ ଛକ ପାଖରେ ଥିବା ମନୋରଞ୍ଜନ ଢ଼ାବା ନିକଟରେ ଛିଡା ହୋଇଥିବା ଏକ ଟ୍ରକ ପଛକୁ ଧକ୍କା ଦେଇଥିଲା ।  ଫଳରେ ବସରେ ଥିବା ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ସ୍ଥାନୀୟ ଲୋକ ଓ ସୋର ପୋଲିସ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନାରେ ଭର୍ତି କରିଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Sasmita

Recent Posts

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷା କର୍ମି

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

11 mins ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

1 hour ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

1 hour ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

1 hour ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

1 hour ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

2 hours ago