ଗଛରେ ପିଟି ହେଲା ବସ, ୧୫ ଯାତ୍ରୀ ଆହତ
ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଥାନା ଘୁ. ନୂଆଗାଁ ନିକଟରେ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭଞ୍ଜନଗରରୁ ବୁଗୁଡ଼ା ଅଭିମୁଖେ ଯାଉଥିଲା ବସ ନିୟନ୍ତ୍ରଣ ହରାଇ ଗାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହୋଇଥିଲା। ଏଥିରେ ପ୍ରାୟ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।

ଭଞ୍ଜନଗର : ଗଛରେ ପିଟି ହେଲା ବସ। ଗଛରେ ବସ ପିଟି ହୋଇ ୧୫ ଯାତ୍ରୀ ଆହତ। ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଥାନା ଘୁ. ନୂଆଗାଁ ନିକଟରେ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭଞ୍ଜନଗରରୁ ବୁଗୁଡ଼ା ଅଭିମୁଖେ ଯାଉଥିଲା ବସ ନିୟନ୍ତ୍ରଣ ହରାଇ ଗାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହୋଇଥିଲା। ଏଥିରେ ପ୍ରାୟ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।
ଜଣେ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଅନ୍ୟ ସମସ୍ତ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ସେମାନଙ୍କ ଅବସ୍ଥା ସ୍ଥିର ରହିଛି । ସମସ୍ତ ଆହତଙ୍କୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ବେଲଗୁଣ୍ଠା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।