Below header

ଜଳ ଅଭାବ ସମସ୍ୟାର ହେବ ସମାଧାନ, ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ ୨୦୨୪ ସୁଦ୍ଧା କାର୍ଯ୍ୟକାରୀ ହେବ

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ୨୦୨୪ ସୁଦ୍ଧା ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକରେ ଏହି ତଥ୍ୟ ରଖିଛିି, ଜଳସଂପଦ ବିଭାଗ। ବିଭାଗ ପକ୍ଷରୁ ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ରୂପାନ୍ତର ଉପକ୍ରମ ସଂପର୍କରେ ଉପସ୍ଥାପନା ରଖିଥିଲେ। ୧୫ଟି ପ୍ରକଳ୍ପ ମଧ୍ୟରୁ, ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ ୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏହିସବୁ ପ୍ରକଳ୍ପରେ ପ୍ରଯୁକ୍ତି ବିଦ୍ୟା, ଟିମ୍‌ ୱାର୍କ, ଦାୟିତ୍ୱବାଦନ ପୁନର୍ବାସ ନୀତି, ଶ୍ରମିକ କଲ୍ୟାଣ ଆଦିର ସଫଳ ପ୍ରୟୋଗ କରାଯାଇଛି।

ଏହାଦ୍ୱାରା ଓଡିଶାର ଜଳସଂପଦ କ୍ଷେତ୍ରରେ ଏକ ରୂପାନ୍ତର ଆସିପାରିବ। ମୁଖ୍ୟମନ୍ତ୍ରୀ, ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା କ୍ଷେତ୍ରରେ 5-T କାର୍ଯ୍ୟକ୍ରମର ସଫଳ ପ୍ରୟୋଗ କରି ବହୁ ଦିନର ପ୍ରକଳ୍ପ ଗୁଡିକୁ ସଂପୂର୍ଣ୍ଣ କରିବା ପାଇଁ ପଦକ୍ଷେପ ନେଇଥିବାରୁ ଜଳସଂପଦ ବିଭାଗର ପ୍ରଶଂସା କରିଥିଲେ। ଏହାସହ ଅନ୍ୟସବୁ ବିଭାଗ ଏହିପରି ଅଭିନବ ପ୍ରୟୋଗରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବଲାଙ୍ଗିର, କେନ୍ଦୁଝର, ମୟୂରଭଞ୍ଜ ଆଜି ଜିଲ୍ଲାର ଜିଲ୍ଲାପାଳ ମାନେ ସେଠାରେ ଚାଲିଥିବା ଜଳସେଚନ ପ୍ରକଳ୍ପ ଗୁଡିକରେ ବିସ୍ଥାପନ ପ୍ରକ୍ରିୟାକୁ କିପରି ତ୍ୱରାନ୍ମିତ କରାଯିବ ସେ ସଂପର୍କରେ ସୂଚନା ଦେଇଥିଲେ । ଫାଇଭ୍‌ ଟି ସଚିବ ଭି.କେ. ପାଣ୍ଡିଆନ କହିଛନ୍ତି, ମୁଖ୍ୟମନ୍ତ୍ରୀ ସାଧାରଣ ଜୀବନରେ ସବୁବେଳେ ସ୍ୱଚ୍ଛତା ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି। ସ୍ୱଚ୍ଛତାର ସହ ବିଭିନ୍ନ ଅଭିନବ ଉପାୟରେ ରାଜ୍ୟର ବିକାଶ ପାଇଁ ପଦକ୍ଷେପ ନେଲେ, ମୁଖ୍ୟମନ୍ତ୍ରୀ ସବୁବେଳେ ତାଙ୍କର ସହଯୋଗ ଓ ସହାୟତା ଯୋଗାଇବାକୁ ପ୍ରସ୍ତୁତ ବୋଲି କହିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.