ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ  ମିଶନ ଶକ୍ତିର ୧୫୦ ଜଣ ‘ମିଲେଟ୍‌ ମା’, ପୁଷ୍ଟିଶସ୍ୟ ମାଣ୍ଡିଆର ପ୍ରୋତ୍ସାହନ ପାଇଁ କୃତଜ୍ଞତା ଜଣାଇଲେ

କେନ୍ୟୁଜ୍(ବ୍ୟୁରୋ): ଆଜି ସଂଧ୍ୟାରେ ନବୀନ ନିବାସ ଠାରେ ୧୫୦ ଜଣ ‘ମିଲେଟ୍‌ ମା’ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପୁଷ୍ଟିଶସ୍ୟ ମାଣ୍ଡିଆର ପ୍ରୋତ୍ସାହନ ପାଇଁ କୃତଜ୍ଞତା ଜଣାଇଥିଲେ।  ଏହି ମହିଳାମାନେ ସମସ୍ତେ ମିଶନ ଶକ୍ତିର ସଦସ୍ୟ ଅଛନ୍ତି ଏବଂ ଭୁବନେଶ୍ବରରେ ଚାଲିଥିବା ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀରେ ସେମାନେ ଯୋଗ ଦେଇଥିଲେ । ମାଣ୍ଡିଆ ଚାଷ ଠାରୁ ଆରମ୍ଭ କରି ଲୋକଙ୍କ ପ୍ଲେଟ୍‌ରେ ମାଣ୍ଡିଆ ପ୍ରସ୍ତୁତ ଖାଦ୍ୟ ପହଞ୍ଚାଇବା ପର୍ଯ୍ୟନ୍ତ (Farm to Plate) ମାଣ୍ଡିଆ ଫୁଡ୍‌ ଚେନ୍‌ର ( Millet Food Chain) ବିଭିନ୍ନ ସ୍ତରରେ ଏହି ମା ମାନେ ଯୋଡି ହୋଇ କାମ କରୁଛନ୍ତି ।
ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ, ସରକାରଙ୍କ ପକ୍ଷରୁ ଚାଷୀଙ୍କ ମାଣ୍ଡିଆ ସଂଗ୍ରହ, ମିଲେଟ୍‌ ଶକ୍ତି ଜରିଆରେ ମାଣ୍ଡିଆରୁ ସୁସ୍ବାଦୁ ଖାଦ୍ୟ ପ୍ରସ୍ତୁତ ଆଦି ବିଭିନ୍ନ କାର୍ଯ୍ୟକ୍ରମ ଦ୍ବାରା ଚାଷୀ ଓ ମହିଳା ମାନେ ସମସ୍ତେ ଉପକୃତ ହେଉଛନ୍ତି ଓ ସେମାନଙ୍କ ରୋଜଗାର ବଢିଛି ବୋଲି ସେମାନେ କହିଥିଲେ । ଏହା ଆମକୁ ସଶକ୍ତ କରିଛି ବୋଲି ସେମାନେ କହିଥିଲେ । ମା’ ମାନେ ବହୁତ ଭଲ କାମ କରୁଛନ୍ତି ବୋଲି ମନ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଏ ଦିଗରେ ଆହୁରି ସକ୍ରିୟ ହୋଇ ସାମିଲ ହେବା ପାଇଁ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ

Sasmita

Recent Posts

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

57 seconds ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

8 mins ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

23 mins ago

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

43 mins ago

ସରିଲା ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ମତଦାନ ହାର ୭୦.୬୭% ରହିଛି

ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି…

1 hour ago

ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି ।  ପଶ୍ଚିମ ଓଡ଼ିଶାରେ…

1 hour ago