ବଢୁଛି କରୋନା ସଂକ୍ରମଣ , ଭୁବନେଶ୍ଵରରେ ଆଜି ଆଉ ୧୬୬ ଜଣ କରୋନା ପଜିଟିଭ ଚିହ୍ନଟ 

ଭୁବନେଶ୍ଵର (କେନ୍ୟୁଜ ବ୍ୟୁରୋ): ଆଜି ଭୁବନେଶ୍ୱର ମହାନଗର ନିଗମରୁ ୧୬୬ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୮ ଜଣ କ୍ଵାରେଣ୍ଟାଇନ ସେଣ୍ଟରର ହୋଇଥିବା ବେଳେ ୬୮ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାଯାଇଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୯୨୯କୁ ବୃଦ୍ଧି ପାଇଥିବା ବେଳେ ଏମଧ୍ୟରୁ ୧୪୩୫ଟି ଆକ୍ଟିଭ କେସ ରହିଛି ।

Image

Image

ସୂଚନା ଅନୁଯାୟୀ ଏଯାବତ ୨୪୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଯେବେକି ମହାନଗର ନିଗମର ୧୯ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ନେଇ ରିପୋର୍ଟ ଆସିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.