ରାଜ୍ୟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ, ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର

ଭୁବନେଶ୍ୱର (କେନ୍ୟୁଜ): ଦେଶରେ ଚିନ୍ତା ବଢାଉଛି କୋଭିଡ ସଂକ୍ରମିତ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଓଡିଶାରେ ୧୭ ଜଣ ନୂଆ କୋଭିଡି ଆକ୍ରାନ୍ତ ମାମଲା ଚିହ୍ନଟ ହୋଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ କୋଭିଡ ପଜିଟିଭ୍ ସଂଖ୍ୟା ୭୩ ରେ ପହଞ୍ଚିଛି। ସେଥିମଧ୍ୟରୁ ଜଣେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୫,୬୪୭ ନମୁନା ପରୀକ୍ଷା କରାଯାଇଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର ସୂଚନା ଦେଇଛନ୍ତି।

ଅନ୍ୟପଟେ ଆସନ୍ତା ସୋମବାର ସମସ୍ତ ରାଜ୍ୟ ସ୍ୱାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିବେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ। ଯଦି କୋଭିଡ୍‌ ନେଇ ଗଇଡ୍‌ଲାଇନ୍‌ ଆସେ ତାକୁ ପୁଣି କାର୍ଯ୍ୟକାରୀ କରାଯିବ। ରାଜ୍ୟରେ ବର୍ତ୍ତମାନ ସ୍ଥିତି ଉଦ୍‌ବେଗଜନକ ନାହିଁ। ସର୍ଭେଲାନ୍ସ, ଟ୍ରାକିଂ, ଟେଷ୍ଟିଂ ମଧ୍ୟ ଚାଲିଛି। ସବୁ ଡାକ୍ତରଖାନାରେ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

Barsha

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

19 mins ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

41 mins ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

1 hour ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

1 hour ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

2 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

2 hours ago