ରାଜ୍ୟ

୧୭ ବର୍ଷରେ ପାଦ ଥାପିଛି କିଟ୍, ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଆୟୋଜିତ ହେଲା ହୋମଯଜ୍ଞ

କେନ୍ୟୁଜ୍(ବ୍ୟୁରୋ): କିଟ୍‌ ବିଶ୍ୱବିଦ୍ୟାଳୟର ୧୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଏହି ଅବସରରେ ପ୍ରତିବର୍ଷ ପରି ହୋମଯଜ୍ଞ ସହ ଆହୁତି ପ୍ରଦାନ କରଯାଇଥିଲା । ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତଙ୍କ ସମେତ କିଟ୍‌ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ହୃଷୀକେଶ ମହାନ୍ତି, ଉପକୁଳପତି ପ୍ରଫେସର ସସ୍ମିତାରାଣୀ ସାମନ୍ତ, କୁଳସଚିବ ପ୍ରଫେସର ଜ୍ଞାନରଞ୍ଜନ ମହାନ୍ତି, କିସ୍‌ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ହରେକୃଷ୍ଣ ଶତପଥୀ ପ୍ରମୁଖ ଯୋଗଦେଇ ପୁଷ୍କାଞ୍ଜଳି ଓ ଆହୁତି ପ୍ରଦାନ କରିଥିଲେ । ଏଥିରେ କିଟ୍‌ ବିଶ୍ୱବିଦ୍ୟାଳୟର ସମସ୍ତ ପଦାଧିକାରୀ ଓ କର୍ମଚାରୀ, ଅଧ୍ୟାପକ, ଅଧ୍ୟାପିକା ଉପସ୍ଥିତ ଥିଲେ । ଚଳିତବର୍ଷ ଭାରତ ସରକାରଙ୍କ ପକ୍ଷରୁ କିଟ୍‌ ବିଶ୍ୱବିଦ୍ୟଳୟକୁ ଇନଷ୍ଟିଚ୍ୟୁଟ ଅଫ ଏମିନେନସ୍‌ ଟ୍ୟାଗ ପ୍ରଦାନ କରାଯାଇଥିବା ବେଳେ ପ୍ରତିଷ୍ଠା ଦିବସରେ ପ୍ରତିଷ୍ଠାତା ଡକ୍ଟର ସାମନ୍ତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ କିଟ୍‌ ବିଶ୍ୱବିଦ୍ୟାଳୟକୁ ଆହୁରୀ ଉଚ୍ଚରେ ପହଞ୍ଚାଇବା ପାଇଁ ସମସ୍ତେ ଚେଷ୍ଟା କରିବା ଉଚିତ ବୋଲି କହିଥିଲେ ।

 

 

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

16 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

24 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

41 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago