ରାଜ୍ୟ

ଗାଧୋଇବା ପାଇଁ ଯାଇଥିବା ବେଳେ ମହେନ୍ଦ୍ରତନୟା ନଦୀରେ ବୁଡ଼ି ଯୁବକ ମୃତ

ଗଜପତି(କେ ନ୍ୟୁଜ): ଗଜପତି ଜିଲ୍ଲା ଗୋଷାଣି ବ୍ଲକ ଅନ୍ତର୍ଗତ ମାଛମରା ଗ୍ରାମ ନିକଟସ୍ଥ ମହେନ୍ଦ୍ରତନୟା ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକଙ୍କ ନାମ ବି ବାଲାକ୍ରିଷ୍ଣା ଜଣାଯାଇଛି । ତାଙ୍କ ବୟସ ୧୮ ବର୍ଷ ହେବ । ସୂତ୍ରରୁ ତାଙ୍କ ଘର ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍ ଜିଲ୍ଲା ଅନ୍ତର୍ଗତ କତ୍ତୁରୁ ମଣ୍ଡଳରେ ବୋଲି ଜଣାପଡିଛି । ପଚରାଉଚୁରାରୁ ଜଣାଯାଇଛିଯେ ବି.ବାଲାକ୍ରିଷ୍ଣା ମାଛମରା ଗ୍ରାମକୁ ଏକ ବିବାହ ଭୋଜିରେ ଯୋଗ ଦେବାକୁ ଆସିଥିଲେ । ଆଜି ସକାଳ ପ୍ରାୟ ୯ଘଣ୍ଟା ସମୟରେ ଗାଧୋଇବା ପାଇଁ ଗାଁ ପାଖ ଦେଇ ପ୍ରବାହିତ ହେଉଥିବା ମହେନ୍ଦ୍ରତନୟା ନଦୀକୁ ଯାଇଥିଲେ । ଗାଧୋଇବା ସମୟରେ ପାଣିରେ ବୁଡିଯାଇ ତାଙ୍କ ମୃତ୍ୟୁ ଘଟିଥିଲା ।

ଘଟଣାସ୍ଥଳରେ ଗୁରାଣ୍ଡି ଥାନା ପୋଲିସ ଓ ପାରଳାଖେମୁଣ୍ଡିରୁ ଦମକଳ ବାହିନୀ ଯାଇ ମୃତକଙ୍କ ଶବକୁ ନଦୀରୁ ଉଦ୍ଧାର କରିଥିଲେ । ଏନେଇ ଗୁରାଣ୍ଡି ଥାନା ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ଶବ ବ୍ୟବଚ୍ଛେଦ ନିମନ୍ତେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟକୁ ପଠାଇଛି ବୋଲି ଭାରପ୍ରାପ୍ତ ଥାନାଧିକାରୀ ମମତା ପଣ୍ଡା ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି ।

 

 

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

19 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

33 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

48 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

58 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago