ରଥଯାତ୍ରା ପାଇଁ ମୁତୟନ ରହିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ, ପୋଲିସ ପକ୍ଷରୁ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ବ୍ଲୁପ୍ରିଣ୍ଟ

ଜନଗହଳି ନିୟନ୍ତ୍ରଣ ସହ ଟ୍ରାଫିକ ସୁପରିଚାଳନା ଉପରେ ଗୁରୁତ୍ୱ ଦିଆଯାଇଛି । ଏଥିପାଇଁ ସ୍ୱତନ୍ତ୍ର ଭାବେ ମୁତୟନ ରହିବେ ୪୫ ପ୍ଲାଟୁନ ଫୋର୍ସ । ଏଥିସହ ପୁରୀ ସହର, ଶ୍ରୀମନ୍ଦିର ଭିତରେ ଓ ବାହାରେ ବିଭିନ୍ନ ସ୍ଥାନରେ ପର୍ଯ୍ୟପ୍ତ ସିସିଟିଭି କ୍ୟାମେରା ଲାଗିବ ।

ପୁରୀ(କେନ୍ୟୁଜ୍):  ଆସନ୍ତା ୨୦ ତାରିଖରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ସହରକୁ ମୁତୟନ ରହିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ବରିଷ୍ଠ ଅଧିକାରୀ ଶୃଙ୍ଖଳିତ ଦର୍ଶନ, ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଦାୟିତ୍ୱରେ ରହିବେ । ଏଥିପାଇଁ ପୁରୀ ପୋଲିସ ପକ୍ଷରୁ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ବ୍ଲୁପ୍ରିଣ୍ଟ । ଆଜି ପୋଲିସ ଏଡିଜି ଅମିତାଭ ଠାକୁରଙ୍କ ଅଧ୍ୟକ୍ଷତାରେ ପୁରୀ ଏସପିଙ୍କ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା ।

ଜନଗହଳି ନିୟନ୍ତ୍ରଣ ସହ ଟ୍ରାଫିକ ସୁପରିଚାଳନା ଉପରେ ଗୁରୁତ୍ୱ ଦିଆଯାଇଛି । ଏଥିପାଇଁ ସ୍ୱତନ୍ତ୍ର ଭାବେ ମୁତୟନ ରହିବେ ୪୫ ପ୍ଲାଟୁନ ଫୋର୍ସ । ଏଥିସହ ପୁରୀ ସହର, ଶ୍ରୀମନ୍ଦିର ଭିତରେ ଓ ବାହାରେ ବିଭିନ୍ନ ସ୍ଥାନରେ ପର୍ଯ୍ୟପ୍ତ ସିସିଟିଭି କ୍ୟାମେରା ଲାଗିବ । କାମ କରିବ ପୋଲିସ କଣ୍ଟ୍ରୋଲ ରୁମ୍‌ । ବିଭିନ୍ନ ସ୍ଥାନରୁ ଆସୁଥିବା ଭକ୍ତ କେଉଁ ସ୍ଥାନରେ ଗାଡ଼ି ପାର୍କିଂ କରିବେ ସେନେଇ ଭିଡିଓ ପୋଲିସ ପକ୍ଷରୁ ଜାରି କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.