ରାଜ୍ୟର ଆଜି ୧୮୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ, ଖୋର୍ଦ୍ଧାରୁ ସର୍ବାଧିକ ୩୯୮ ଜଣ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟର ଆଜି  ୧୮୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥଙ୍କ ମଧ୍ୟରେ  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୮ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।  ଆଜିର ସୁସ୍ଥଙ୍କୁ ମିଶାଇ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୩ ହଜାର ୬୯ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୩୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଯାଜପୁରରୁ ୧୪୭, ବାଲେଶ୍ୱରରୁ ୧୧୫, ପୁରୀରୁ ୯୯, ଜଗତସିଂହପୁରରୁ ୯୪, ଅନୁଗୁଳରୁ ୮୧, ଭଦ୍ରକ ଏବଂ ମୟୂରଭଂଜରୁ ୭୬ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୬୨ ଓ କେନ୍ଦ୍ରାପଡ଼ାରୁ ୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସେହିପରି ନୟାଗଡ଼ରୁ ୫୧, ଢେଙ୍କାନାଳରୁ ୪୮, କୋରାପୁଟ, ମାଲକାନଗିରି ଏବଂ ସମ୍ବଲପୁରରୁ ୨୪ ଜଣ ଲେଖାଏଁ, ରାୟଗଡ଼ାରୁ ୨୦, ବୌଦ୍ଧ ଏବଂ କନ୍ଧମାଳରୁ ୧୪ ଜଣ ଲେଖାଏଁ, କେନ୍ଦୁଝରରୁ ୮, ବଲାଙ୍ଗୀର, ଗଂଜାମ, କଳାହାଣ୍ଡି, ନବରଂଗପୁରରୁ ୭ ଜଣ ଲେଖାଏଁ, ଗଜନତି ଏବଂ ସୁବର୍ଣ୍ଣପୁରରୁ ୫ ଜଣ ଲେଖାଏଁ, ଝାରସୁଗୁଡ଼ାରୁ ୪, ବୌଦ୍ଧରୁ ୩, ଦେବଗଡ଼ରୁ ଜଣେ ଏବଂ ରାଜ୍ୟପୁଲରୁ ୮୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.