ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା। ଭୁବନେଶ୍ବର ସତସଙ୍ଗବିହାର ନିକଟରେ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି।

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା। ଭୁବନେଶ୍ବର ସତସଙ୍ଗବିହାର ନିକଟରେ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ପିକଅପ୍ ଭ୍ୟାନ ସହ ଧକ୍କା ହୋଇଛି। ବସରେ ୧୯ ଜଣ ମହିଳା ହୋମଗାର୍ଡ ଯାଉଥିଲେ। ସେମାନଙ୍କ ମଧ୍ୟରୁ କେତେଜଣ ସାମାନ୍ୟ ଆହତ ହୋଇଛନ୍ତି । ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କ୍ୟାପିଟାଲ ହସପିଟାଲରେ ପହଞ୍ଚି ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ଡିସିପି ।

You might also like