ଶେଷ ହେଲା ରାଜ୍ୟ କ୍ୟାବିନେଟ ବୈଠକ, ୧୯ ପ୍ରସ୍ତାବ ଉପରେ ବାଜିଲା ମୋହର

ଶେଷ ହେଲା ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ।

ଭୁବନେଶ୍ୱର (କେନ୍ୟୁଜ): ଶେଷ ହେଲା ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ୧୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି।

ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନା ଉପରେ କ୍ୟାବିନେଟ ମୋହର ବାଜିଛି।  ଆସନ୍ତା ୩ ବର୍ଷ ମଧ୍ୟରେ ୧ ଲକ୍ଷ ଯୁବକ ଯୁବତୀଙ୍କୁ କରାଯିବ ଦକ୍ଷ। ଏଥିପାଇଁ ଖର୍ଚ୍ଚ ହେବ ୩୮୫ କୋଟି ଟଙ୍କା। ଉନ୍ନତ ମାନର ପ୍ରଶିକ୍ଷଣ, ଶିଳ୍ପ ସଂଯୋଗକୁ ପ୍ରୋତ୍ସାହିତ, ନିଯୁକ୍ତି ଦକ୍ଷତା କ୍ଷେତ୍ରରେ ଏହା ସହାୟକ ହେବ।

ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା ଏବଂ ଛାତ୍ର ଛାତ୍ରୀଙ୍କ ପାଇଁ ଆଡ଼ ଅନ ସ୍କିଲ ପାଠ୍ୟକ୍ରମ, ଉଚ୍ଚ ଶିକ୍ଷା ଯୁବକ ଯୁବତୀ ମାନଙ୍କ ପାଇଁ ଡିଜିଟାଲ ଇ ପାଠ୍ୟକ୍ରମ ରଖାଯିବ। ରାଜ୍ୟର ୩୦ ଟି ଜିଲ୍ଲାରେ କାର୍ଯ୍ୟକାରୀ ହେବାକୁ ଥିବା ଦକ୍ଷତା ବିକାଶ ପାଇଁ ସୁଯୋଗ ଦିଆଯିବ। ନାଇଜର ପରିସରରେ ହେବ କ୍ୟାନ୍ସର ହସ୍ପିଟାଲ। ଟାଟା ମେମୋରିଆଲ ପକ୍ଷରୁ ପ୍ରତିଷ୍ଠା ହେବ କ୍ୟାନ୍ସର ହସ୍ପିଟାଲ। ୪୮.୮୪୨ ଏକର ଜମି ପ୍ରଦାନ କରିବେ ସରକାର।

ଅସ୍ତରଙ୍ଗ, ଗୋପ, କାକଟପୁର, ଡେଲାଙ୍ଗ, ପୁରୀ ସଦର ଓ ସତ୍ୟବାଦୀରେ ହେବ ପାନୀୟ ଜଳ ପ୍ରକଳ୍ପ। ମାଣ୍ଡିଆର ପ୍ରଚାର ପ୍ରସାର ପାଇଁ ସ୍ୱତନ୍ତ୍ର ଯୋଜନା। ସ୍ୱତନ୍ତ୍ର ଯୋଜନା ପାଇଁ କ୍ୟାବିନେଟରେ ଅର୍ଥ ମଞ୍ଜୁରୀ। ଓଡ଼ିଶା ମୋବାଇଲ ଟାୱାର ଓ ଟେଲିଗ୍ରାଫ ନୀତିରେ ସଂଶୋଧନକୁ ମଞ୍ଜୁରୀ। ବ୍ୟାଙ୍କ ଶାଖା ନଥିବା ପଞ୍ଚାୟତକୁ ମିଳିବ ବ୍ୟାଙ୍କିଙ୍ଗସୁବିଧା। ୪୩୭୩ ପଞ୍ଚାୟତରେ ଖୋଲିବ ବ୍ୟାଙ୍କିଙ୍ଗ ଆଉଟଲେଟ। ଏ ନେଇ କ୍ୟାବିନେଟରେ ମଞ୍ଜୁର ମିଳିଛି।