୨୪ ଘଣ୍ଟାରେ ଓଡିଶାରେ ୧୯୨ଜଣ କରୋନା ସଂକ୍ରମିତ ଚିହ୍ନଟ, ୩ ଜଣଙ୍କର ଗଲା ଜୀବନ

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ କମୁଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ  ଓଡିଶାରେ ୧୯୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ଆଜିର ସଂକ୍ରମିତଙ୍କ ମଧ୍ୟରୁ ସଂଗରୋଧ କେନ୍ଦ୍ରରୁ ୧୦୯  ଓ ଲୋକାଲ କଣ୍ଟାକ୍ଟ କେସରୁ ୮ ଜଣ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ଭିତରେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୩, ବରଗଡ଼ ଜିଲ୍ଲାରୁ ୮, ବଲାଙ୍ଗୀର ଜିଲ୍ଲାରୁ ୧୭, କଟକ ଜିଲ୍ଲାରୁ ୧୦, ଜଗତସିଂହପୁର ଜିଲ୍ଲାରୁ ୨, ଯାଜପୁର ଜିଲ୍ଲାରୁ ୯, ଝାରସୁଗୁଡ଼ା ଜିଲ୍ଲାରୁ ୧୩, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯, ଖୋର୍ଦ୍ଧା ଜିଲ୍ଲାରୁ ୧୦, ମୟୂରଭଞ୍ଜ ଜିଲ୍ଲାରୁ ୯, ନୂଆପଡ଼ା ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୧୩, ରାୟଗଡ଼ା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୧୬ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩୩ଜଣ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଷ୍ଟେଟ୍‌ ପୁଲ୍‌ରୁ ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସହିପରି   ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କୋରାପୁଟ, ନବରଙ୍ଗପୁର, ନୟାଗଡ଼ ଓ ସୋନପୁର ଆଦି ୮ଟି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଆଉ ୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୩୦୯ରେ ପହଞ୍ଚିଥିବାର ଟ୍ବିଟ ଯୋଗେ ସୂଚନା ଦେଇଛି ସୂଚନା ଓ ଲୋକସଂପର୍କ ବିଭାଗ ।

 

You might also like