Below header

ଭୁବନେଶ୍ୱରରୁ ଆଜି ୧୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୯୪ ଲୋକାଲ କେସ୍

କେନ୍ୟୁଜ୍(ବ୍ୟୁରୋ):  ରାଜଧାନୀ ଭୁବନେଶ୍ୱରରୁ ଆଜି ୧୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ। ଟ୍ବିଟ କରି ସୂଚନା ଦେଲା  ବିଏମସି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୧୦୪ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୯୪ଜଣ ସ୍ଥାନୀୟ ସଂକ୍ରମଣ ବୋଲି ସୂଚନା ମିଳିଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ଏପର୍ଯ୍ୟନ୍ତ ୫୪୮୭ଟି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ୧୮୮୭ଟି ଆକ୍ଟିଭ କେସ୍ ରହିଛି।

ସେହିପରି ଆଜି ରାଜଧାନୀରୁ ୧୩୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜଧାନୀରୁ ୩୫୬୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହିତ ରାଜଧାନୀର ୨୭ଜଣ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.