ରାଜ୍ୟ

ଡାକ୍ତରଙ୍କୁ ମାଡ ମାରିବା ଘଟଣାରେ ୨ ଅଭିଯୁକ୍ତ ଗିରଫ

ବଲାଙ୍ଗିର (କେନ୍ୟୁଜ) : ବଲାଙ୍ଗିର ହାଉସ ସର୍ଜନଙ୍କୁ ଆକ୍ରମଣ ଘଟଣାରେ ୨ ଗିରଫ। ଅଭିଯୁକ୍ତଙ୍କୁ ଗିରଫ କଲା ଟାଉନ ଥାନା ପୋଲିସ। ଗିରଫ ଅଭିଯୁକ୍ତ କନ୍ଧମାଳ ଜିଲ୍ଲା ଗୋଛାଗଡ଼ାର ହୋଇଥିବା ନେଇ ସୂଚନା। ଭୀମଭୋଇ ମେଡିକାଲରେ ଡାକ୍ତରୀ ଛାତ୍ରଙ୍କୁ ମାଡ଼ ମାରି ଫେରାର ହୋଇଯାଇଥିଲେ। ଏନେଇ ଭୀମଭୋଇ ମେଡିକାଲ କଲେଜ ଆଗରେ ଧାରଣାରେ ବସିିଥିଲେ ଡାକ୍ତରୀ ଛାତ୍ରଛାତ୍ରୀ। ହାଉସ ସର୍ଜନଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବିରେ ଅଡି ବସିଥିଲେ। ମୁଣ୍ଡରେ ବ୍ୟାଣ୍ଡେଜ୍ ବାନ୍ଧି ୧୦୦ରୁ ଅଧିକ ହାଉସ ସର୍ଜନଙ୍କ ପ୍ରତିବାଦ କରିଛନ୍ତି। ଅଭିଯୁକ୍ତଙ୍କୁ ଧରିବା ପାଇଁ ଵଲାଙ୍ଗିର ପୋଲିସର ସ୍ୱତନ୍ତ୍ର ଟିମ ଗଠନ କରାଯାଇଥିଲା।

ଗତକାଲି ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରୁ କଲେଜ ହଷ୍ଟେଲକୁ ଫେରୁଥିବା ହାଉସ ସର୍ଜନଙ୍କୁ ଆକ୍ରମଣ ହୋଇଥିଲା। ବିଶ୍ବରଂଜନ ସାହୁଙ୍କୁ ଦୁଇ ଜଣ ଯୁବକ ମରଣାନ୍ତକ ଆକ୍ରମଣ କରିଥିଲେ। ଗୁରୁତର ଆହତ ସାହୁଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରି ଚିକିତ୍ସା କରାଯାଉଛି । ଗତକାଲି ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଫାଟକ ବନ୍ଦ କରିଦେଇଥିଲେ। ଏକ ଆମ୍ବୁଲାନ୍ସ ପ୍ରବେଶ କରିନପାରିବାରୁ ଡାକ୍ତରୀ ଛାତ୍ରୀଛାତ୍ର ଓ ଜନସାଧାରଣଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲେ।

ଏହାପରେ ବିଳମ୍ବିତ ରାତିରେ ଵଲାଙ୍ଗିର ଜିଲାପାଳ ଚଞ୍ଚଳ ରାଣା ଓ ଏସପି ଋଷିକେଶ ଖିଲାରି ହସ୍ପିଟାଲ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହିତ ଆନ୍ଦୋଳନରତ ଡାକ୍ତରଙ୍କ ସହିତ ଆଲୋଚନା କରିବା ପରେ ଡାକ୍ତରଖାନା ଗେଟ ଖୋଲାଯାଇଥିଲା। ଅଭିଯୁକ୍ତକୁ ଗିରଫ ନହେବା ପର୍ଯ୍ୟନ୍ତ ଡାକ୍ତରୀ ଛାତ୍ରଛାତ୍ରୀ ମାନେ କାର୍ଯ୍ୟରେ ଯୋଗ ଦେବୁ ନାହିଁ ବୋଲି ଚେତାବନୀ ଦେଇଛନ୍ତି । ଅଭିଯୁକ୍ତକୁ ଧରିବାକୁ ରାତିରେ ପୋଲିସ ଚଢ଼ାଉ କରିଥିଲା। ଏବେ ବି ପୋଲିସ ର ସ୍ୱତନ୍ତ୍ର ଟିମ ଚଢ଼ାଉ ଜାରି ରହିଛି ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago