ବାଇକକୁ ପିଟିଲା ବାଇକ୍: ୧ ମୃତ, ୨ ଗୁରୁତର

ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ମାଣିକପୁର ଛକରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି।

ଟାଙ୍ଗି (କେନ୍ୟୁଜ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ମାଣିକପୁର ଛକରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ପ୍ରତାପ ଗ୍ରାମର କାହ୍ନୁ ଚରଣ ସ୍ବାଇଁଙ୍କ ଓ ଗୁରୁତର ହେଲେ ସେହି ଗ୍ରାମର ଶିବୁନ ବେହେରା ଓ ନିବାସି ବାରିକ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଅଧିକ ଚିକିତ୍ସାପାଇଁ ଭୁବେଶ୍ବର ସ୍ଥାନାନ୍ତରିତ କରାଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

You might also like