Below header

୨ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି,ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ପରାମର୍ଶ

କେନ୍ୟୁଜ୍(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ  ୨ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ଆଶଙ୍କା  କରାଯାଉଛି । ଏହାର ପ୍ରଭାବରେ ୧୯ ତାରିଖରୁୂ ୨୧ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୦ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୨୧ ତାରିଖ ପାଇଁ ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । ଏହାକୁ ଆଖିରେ ରଖି ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି। ପ୍ରବଳ ବର୍ଷାରେ ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ନଦୀରେ ବନ୍ୟା ଆସିବାର ସମ୍ଭାବନା ରହିଛି । ଭୂସ୍ଖଳନ ଆଶଙ୍କାକୁ ମଧ୍ୟ ଏଡ଼ାଇ ଦିଆଯାଇନପାରେ । ବନ୍ୟା, ଜଳବନ୍ଦୀ ଓ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ପରିସ୍ଥିତିର ମୁକାବିଲା ପାଇଁ ସତର୍କ ରହିବାକୁ କୁହାଯାଇଛି ।ସେହିପରି ଅନ୍ୟ ସବୁ ଜିଲ୍ଲାପାଳଙ୍କୁ ମଧ୍ୟ ପରିସ୍ଥିତି ଉପରେ ନଜର ରଖି ପଦକ୍ଷେପ ନେବାକୁ ଏସଆରସି କହିଛନ୍ତି । ୧୯ ତାରିଖ ପରଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.