ରାଜ୍ୟ

ମତଦାନ ପାଇଁ ସରକାରୀ ଛୁଟି ଘୋଷଣା, ଦୂର ସ୍ଥାନକୁ ଭୋଟ ଦେବାକୁ ଗଲେ ୨ ଦିନ ସ୍ବତନ୍ତ୍ର ଛୁଟି

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ଲୋକସଭା ଓ ଓଡ଼ିଶା ବିଧାନ ସଭା ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ନିର୍ବାଚନ କାର୍ୟ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି । ନିର୍ବାଚନ ପରିଚାଳନାରେ ନିୟୋଜିତ କର୍ମଚାରୀମାନେ ନିର୍ବାହ କରୁଥିବା କାର୍ୟ୍ୟ କଷ୍ଟକର ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଯେଉଁ ସରକାରୀ କର୍ମଚାରୀମାନେ ସାଧାରଣ ନିର୍ବାଚନ,୨୦୨୪ କାର୍ୟ୍ୟରେ ନିୟୋଜିତ ହେବେ, ସେମାନଙ୍କୁ ଡ୍ୟୁଟି ପରେ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ଦିଆଯିବ।

ସେମାନଙ୍କୁ କ୍ୟାଲେଣ୍ଡର ବର୍ଷରେ ସାଧାରଣତଃ ଗ୍ରହଣୀୟ ସାମୟିକ ଛୁଟି(କାଜୁଆଲ ଲିଭ୍) ଏବଂ ସ୍ୱତନ୍ତ୍ର ଛୁଟି(ସ୍ପେସାଲ ସିଏଲ) ବ୍ୟତୀତ ଏହି ସ୍ୱତନ୍ତ୍ର ସାମୟିକ ଛୁଟି ଦିଆଯିବା ପାଇଁ ସରକାରଙ୍କ ତରଫରୁ ଅନୁମତି ପ୍ରଦାନ କରାଯାଇଛି । ଏସମ୍ପର୍କରେ ମୁଖ୍ୟ ଶାସନ ସଚିବପ୍ରଦୀପ କୁମାର ଜେନା ପତ୍ର ମାଧ୍ୟମରେ ସମସ୍ତ ବିଭାଗ ତଥା ବିଭାଗୀୟ ମୁଖ୍ୟମାନଙ୍କୁ ଜଣାଇଛନ୍ତି । ପ୍ରଶାସନିକ ସୁବିଧାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ କାର୍ୟ୍ୟାଳୟ ମୁଖ୍ୟଙ୍କ ବିଚାର ଓ ନିଷ୍ପତ୍ତି ଆଧାରରେ ଏହି ଛୁଟି ପ୍ରଦାନ କରାଯିବ।

ତଦନୁସାରେ ସମସ୍ତ ଅଧସ୍ତନ କାର୍ଯ୍ୟାଳୟଗୁଡିକୁ ମଧ୍ୟ ଅବଗତ କରାଯିବା ନେଇ ନିର୍ଦ୍ଦେଶ ଦିଆଯାଇଛି। ଏହି ମର୍ମରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ମଧ୍ୟ ରାଜ୍ୟର ସମସ୍ତ ରାଜସ୍ୱ ଆୟୁକ୍ତ (ଆରଡିସି) ଏବଂ ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ଓ ଜିଲ୍ଲାପାଳମାନଙ୍କ ଅବଗତି ଓ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଅବଗତ କରାଯାଇଛି।

ସେହିପରି ଯେଉଁ ସରକାରୀ କର୍ମଚାରୀମାନଙ୍କୁ ସେମାନେ ଅବସ୍ଥାପିତ ମୁଖ୍ୟାଳୟଠାରୁ ଦୂରସ୍ଥାନରେ ଥିବା ନିଜ ମତଦାନ କେନ୍ଦ୍ରକୁ ଯାଇ ନିଜର ମତାଧିକାର ସାବ୍ୟସ୍ତ କରିବାର ଅଛି, ସେମାନଙ୍କୁ ପୂର୍ବ ନିର୍ବାଚନ ସମୟରେ ସର୍ବାଧିକ ଦୁଇ ଦିନ ପାଇଁ ସ୍ୱତନ୍ତ୍ର ସାମୟିକ ଛୁଟିକୁ ଅନୁମତି ପ୍ରଦାନ କରାଯାଇଛି। ଓଡ଼ିଶାରେ ମେ’ ୧୩, ମେ’୨୦,ମେ’ ୨୫ ଓ ଜୁନ ୧ ତାରିଖରେ ଭୋଟ୍ ଗ୍ରହଣ ହେବ । ମତଦାନ ଦିନ ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ସରକାରୀ ଛୁଟି ଘୋଷଣା କରାଯାଇଛି।

କିନ୍ତୁ ସରକାରୀ କର୍ମଚାରୀ, ଯେଉଁମାନେ ସେମାନଙ୍କ ମତଦାନ କେନ୍ଦ୍ରଠାରୁ ଦୂରରେ ସ୍ଥାନରେ ଅବସ୍ଥାପିତ ହୋଇଛନ୍ତି, ସେମାନଙ୍କୁ ଭୋଟ୍ ଦେବା ପାଇଁ ସେଠାକୁ ଯିବାକୁ ପଡୁଥିବାରୁ ଉପରୋକ୍ତ ଦିବସଗୁଡିକରେ କର୍ମଚାରୀମାନଙ୍କୁ ଆବଶ୍ୟକ ସ୍ଥଳେ ଦୁଇ ଦିନ (ମତଦାନର ପୂର୍ବ ଦିନ ଏବଂ ମତଦାନ ପରବର୍ତ୍ତୀ ଦିନ) ପାଇଁ ସ୍ୱତନ୍ତ୍ର ସାମୟିକ ଛୁଟି ଅନୁମତି ପ୍ରଦାନ କରାଯିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବ ଚିଠି ଲେଖିଛନ୍ତି ।

ଯେଉଁ କର୍ମଚାରୀମାନେ କାର୍ଯ୍ୟରତ ମୁଖ୍ୟାଳୟଠାରୁ ଦୂରରେ ଥିବା ମତଦାନ କେନ୍ଦ୍ରରେ ନିଜର ମତାଧିକାର ସାବ୍ୟସ୍ତ କରିବାକୁ ଚାହୁଁଛନ୍ତି, କିନ୍ତୁ ସେଦିନ ସେମାନଙ୍କର କାର୍ଯ୍ୟାଳୟ ଥିବା ନିର୍ବାଚନ ମଣ୍ଡଳୀରେ ମତଦାନ ହେଉ ନ ଥିବାରୁ ଛୁଟି ପାଉନାହାଁନ୍ତି, ସେମାନଙ୍କୁ ମତଦାନ ପରବର୍ତ୍ତୀ ଦିନ ଆଉ ଗୋଟିଏ ଦିନ ପାଇଁ ସ୍ୱତନ୍ତ୍ର ସାମୟିକ ଛୁଟି ପ୍ରଦାନ କରାଯିବ। ମଞ୍ଜୁର ହେବାକୁ ଥିବା ଛୁଟିଗୁଡିକୁ ସ୍ୱତନ୍ତ୍ର ସାମୟିକ ଛୁଟି ଭାବରେ ବିବେଚନା କରାଯିବ, ଯାହା କ୍ୟାଲେଣ୍ଡର ବର୍ଷରେ ଜଣେ ସରକାରୀ କର୍ମଚାରୀଙ୍କ ପାଇଁ ସାଧାରଣତଃ ଗ୍ରହଣୀୟ ୧୫ ଦିନର କାଜୁଆଲ ଛୁଟି ଏବଂ ସ୍ପେଶାଲ କାଜୁଆଲ ଛୁଟିର ସମୁଦାୟ ଅବଧିକୁ ହିସାବରେ ବିଚାରକୁ ନିଆଯିବ ନାହିଁ ।

 

Barsha

Recent Posts

ଷଷ୍ଠ ଥର ନବୀନ ସରକାର, ସକାଳ ଓ ପ୍ରଗତିବାଦୀର ସର୍ଭେରେ ବିଜେଡିକୁ ସ୍ପଷ୍ଟ ବହୁମତ

ଭୁବନେଶ୍ୱର : ଷଷ୍ଠ ଥର ନବୀନ ସରକାର । ଓଡ଼ିଶା ଗଣମାଧ୍ୟମ ସକାଳ ଓ ପ୍ରଗତିବାଦୀର ସର୍ଭେରେ ବିଜେଡିକୁ ସ୍ପଷ୍ଟ…

15 mins ago

ଜୁନ ୨୦ରେ ଲଞ୍ଚ ହେବାକୁ ଯାଉଛି Realme GT 6, ଡିଜାଇନ୍ ଦେଖିଲେ କହିବେ ‘Wow’

ଗତ ମାସରେ ଭାରତରେ Realme GT 6T ଲଞ୍ଚ କରାଯାଇଥିଲା । ରିୟଲମି ଚଳିତ ମାସରେ ଜିଟି ସିରିଜର ଆଉ…

28 mins ago

ଗାଁର ଚାରି ଆଡେ଼ ଘେରି ରହିଛି ନାଳ, ବର୍ଷା ଦିନେ ଜଳବନ୍ଦୀ ଜୀବନ କାଟନ୍ତି ଏହି ଗ୍ରାମବାସୀ

ସୁନ୍ଦରଗଡ(କେନ୍ୟୁଜ୍): ଭାରତ ସ୍ୱାଧୀନତାକୁ ବିତି ସାରିଲାଣି ୭୪ବର୍ଷ । ଏହି ୭୪ ବର୍ଷରେ ଆସିଛନ୍ତି ଅନେକ ସରକାର । କରିଛନ୍ତି…

30 mins ago

ପ୍ୟାରିସରୁ ମୁମ୍ବାଇ ଆସୁଥିବା ବିମାନରେ ବୋମା ଆତଙ୍କ, ଜରୁରୀକାଳୀନ ଅବତରଣ କଲା ଭିସ୍ତାରା ବିମାନ

ପ୍ୟାରିସରୁ ମୁମ୍ବାଇ ଆସୁଥିବା ଭିସ୍ତାରା ବିମାନରେ ବୋମା ଆତଙ୍କ । ଏହି ଖବର ପ୍ରସାରିତ ହେବା ପରେ ଆତଙ୍କ ସୃଷ୍ଟି…

30 mins ago

ଫ୍ୟାନକୁ ଡେଟ୍ କରିବାକୁ ଚାହୁଁଛନ୍ତି କାର୍ତ୍ତିକ ଆର୍ଯ୍ୟନ୍! ଫିମେଲ୍ ଫ୍ୟାନ୍ସଙ୍କର ଲାଗିଲା ଲଟେରୀ

କାର୍ତ୍ତିକ ଆର୍ଯ୍ୟନ୍ ତାଙ୍କ ଆଗାମୀ ଫିଲ୍ମ 'ଚନ୍ଦୁ ଚାମ୍ପିଅନ୍'କୁ ନେଇ ଆଜିକାଲି ଖୁବ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଫିଲ୍ମରୁ…

1 hour ago

ସ୍ୱପ୍ନାଦେଶ ପରେ ମା’ଙ୍କ ନାମକରଣ ହୋଇଥିଲା ସୁବର୍ଣ୍ଣରେଖା, ଏବେ ଚାଲିଛି ଠାକୁରାଣୀଙ୍କ ଯାତ୍ରା

ଗଞ୍ଜାମ(କେନ୍ୟୁଜ)- ମା’ଙ୍କ ଯାତ୍ରା ପାଇଁ ଘଣ୍ଟ ଘଣ୍ଟା ହୁଳହୁଳିରେ କମ୍ପି ଉଠୁଛି ଗଗନ ପବନ । ହଜାର ହଜାର ଭକ୍ତଙ୍କ…

1 hour ago