କପ୍ତିପଦା : ଦୁଇ ପୃଥକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ

ଉଦଳା(କେନ୍ୟୁଜ୍‌) : ଦୁଇ ପୃଥକ ପୃଥକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଉଭୟ ଘଟଣା ଘଟିଛି କପ୍ତିପଦା ଥାନା ଅଂଚଳରେ । କପ୍ତିପଦା ଥାନା ଝରଣାଘାଟି ନିକଟରେ ହୀରା ସିଂ ନାମକ ଜଣେ ବୃଦ୍ଧା ଅଟୋରୁ ଓହ୍ଲାଇ ରାସ୍ତା ପାର ହେଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା । ଏଥିରେ ସେ ଗୁରୁତର ହୋଇଥିଲେ । ପରେ ସ୍ଥାନୀୟ ଲୋକେ ତାଙ୍କୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ସେହିପରି, ଉକ୍ତ ଥାନା ବାଲିଡିହା ଗ୍ରାମ ନିକଟରେ ଗୋଟିଏ ବାଇକରେ ତିନି ଜଣ ଯୁବକ ଆସୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱ ପ୍ରାୟ 10 ଫୁଟ ତଳକୁ ଖସି ପଡ଼ିଥିଲେ । ଏଥିରେ ବାଇକ୍‌ ଆରୋହୀ ସାଧୁଆ ସିଂଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଥିଲେ ।

ଗୁରୁତର ଦୁଇ ଜଣଙ୍କୁ ଚିକିତ୍ସା ନିମନ୍ତେ ପ୍ରଥମେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଛି । ପୋଲିସ୍‌ ଉଭୟ ମୃତ ଦେହକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.