Categories: ରାଜ୍ୟ

ରେଙ୍ଗାଳି ଡ୍ୟାମର ବାମ କେନାଲରୁ ୨ଟି ମୃତଦେହ ଉଦ୍ଧାର

ଢେଙ୍କାନାଳ(କେନ୍ୟୁଜ୍) : ରେଙ୍ଗାଳି ଡ୍ୟାମ୍‌ରୁ ମୃତଦେହ ଉଦ୍ଧାର। ଢେଙ୍କାନାଳ ଜିଲ୍ଲା ସଦର ଥାନା ପଦ୍ମପୁର ନିକଟରେ ରେଙ୍ଗାଳି ଡ୍ୟାମର ବାମ କେନାଲରୁ ୨ଟି ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ କେନାଲ ବନ୍ଧ ଉପରେ ଏକ ବାଇକ ଭାଙ୍ଗି ପଡିଥିବା ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଡ୍ୟାମରୁ ମୃତଦେହ ଉଦ୍ଧାର କରିଥିଲା। ବ୍ରିଜ ନିର୍ମାଣ ପାଇଁ ଦୀର୍ଘ ଦିନ ଧରି ରାସ୍ତା ଖୋଳାଯାଇଥିଛି। ଏହାର ଚାରିପଟେ ଘେରାଯାଇଥିବା ବାଉଁଶର ବ୍ୟାରିକେଡ୍‌ ସବୁ ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି। ତେଣୁ ଗତକାଲି ରାତିରେ ଯୁବକ ଦୁଇ ଜଣ ବାଇକ୍‌ରେ ଯାଉଥିବାବେଳେ ଭୁଲବଶତଃ କେନାଲ ଭିତରେ ଖସିପଡି ମୃତ୍ୟୁ ହୋଇଥିଲା। ଏଥିପାଇଁ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କୁ ଦାୟୀ କରିଛନ୍ତି ସ୍ଥାନୀୟଲୋକେ। ମୃତକଙ୍କ ପରିବାରକୁ ଶୀଘ୍ର କ୍ଷତିପୂରଣ ଦେବାକୁ ଦାବି କରାଯାଇଛି।

KNews Bureau

Recent Posts

ସ୍କୁଟିରେ ଯାଉଥିବା ବେଳେ ଅଘଟଣ, ନଡ଼ିଆ ଗଛ ପଡି ୨ ମୃତ, ଜଣେ ଗୁରୁତର

କୋଣାର୍କ (କେନ୍ୟୁଜ): ନଡ଼ିଆ ଗଛ ପଡି ଗଲା ଜୀବନ । ୨ ମୃତ, ଜଣେ ଗୁରୁତର ।  ଗୋପ ସରଡ଼ା…

4 mins ago

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଯୁବକଙ୍କୁ ହତ୍ୟା ।  ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଜବତ ହୋଇଛି । …

34 mins ago

ରବିନା ଟଣ୍ଡନଙ୍କ ବିରୁଦ୍ଧରେ ମାରପିଟ୍‌ ଅଭିଯୋଗ, ନିଶାରେ ବୟସ୍କା ମହିଳାଙ୍କୁ କରିଛନ୍ତି ଆକ୍ରମଣ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କ ଉପରେ ଅଭିଯୋଗ । ରବିନା ଜଣେ ବୟସ୍କା ମହିଳା ଏବଂ ତାଙ୍କ ପରିବାର ସହିତ…

35 mins ago

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

1 hour ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

1 hour ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

2 hours ago