ଖଲ୍ଲିକୋଟ ବଡ଼ଘାଟିରେ ବଡ଼ ଦୁର୍ଘଟଣା, ଦୁଇ ଜଣଙ୍କ ମୃତ୍ୟୁ

ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବଡ଼ଘାଟିରେ ସିରିଜ୍ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୬ ଜଣ ଆହତ ହୋଇଛନ୍ତି । ଗୁରୁତର ୩ ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ବ୍ରହ୍ମପୁର(କେନ୍ୟୁଜ୍): ମର୍ମନ୍ତୁଦ ଦୁର୍ଘଟଣା । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବଡ଼ଘାଟିରେ ବଡ଼ ଦୁର୍ଘଟଣା । କାର୍ ଓ ବାଇକକୁ ଧକ୍କା ଦେଲା ତେଲ ବୋଝେଇ ଟ୍ୟାଙ୍କର । ସିରିଜ୍ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ୬ ଜଣ ଆହତ ହୋଇଛନ୍ତି । ଗୁରୁତର ୩ ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ତେବେ କେମିତି ଓ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ପ୍ରକୃତ କାରଣ ଅସ୍ପଷ୍ଟ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.