ରାଜ୍ୟ

ଯାଜପୁର: ଲୁଗା ଶୁଖାଇବା ବେଳ ଅଘଟଣ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ମୃତ

ଯାଜପୁର ରୋଡ(କେନ୍ୟୁଜ୍): ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ମୃତ।  ଟମକା ଥାନା ଜନିନ୍ଦାପାଳ ଗାଁରେ ଘଟିଛି ଦୁର୍ଘଟଣା। ମୃତକ ହେଲେ ରାଇଘାଟି ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ନୀତୁ ମାରାଣ୍ଡି ଓ ତାଙ୍କର ସମ୍ପର୍କୀୟ ଶ୍ୟାମସୁନ୍ଦର ମାରାଣ୍ଡି। ଘରେ ଓଦା ଲୁଗା ଶୁଖାଇବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏହି ଅଘଟଣ ଘଟିଥିବା ଜାଣିବାକୁ ମିଳିଛି।

ମୃତ ଶିକ୍ଷୟତ୍ରୀଙ୍କ ଘର ସ୍ଥାନୀୟ ଟାଙ୍ଗୀରିଆପାଳରେ ହୋଇଥିବା ବେଳେ ଶ୍ୟାମସୁନ୍ଦର ମୟୁରଭଞ୍ଜ ଜିଲା ଚକ୍ରଧରପୁର ଅଞ୍ଚଳର ବୋଲି ଜଣାପଡିଛି। ଶ୍ୟାମସୁନ୍ଦର ଜିଆର୍ ପି ପୋଲିସରେ କାର୍ଯ୍ୟରତ ଥିବା ବେଳେ ସମ୍ପର୍କୀୟ ଶିକ୍ଷୟତ୍ରୀଙ୍କ ଘରକୁ ବ୍ୟକ୍ତିଗତ କାମରେ ଆସିଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା  ସୂଚନାରୁ ଜଣାପଡିଛି।

KNews Bureau

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

21 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

29 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

45 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago