ଇଲେକ୍ଟ୍ରି ଖୁଣ୍ଟିରେ ପିଟିହେଲା ବାଇକ୍, ୨ ମୃତ

ଇଲେକ୍ଟ୍ରି ଖୁଣ୍ଟିରେ ପିଟିହେଲା ବାଇକ୍, ଦୁଇ ମୃତ । ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଇନ୍ଦିପୁର ମୁଖ୍ୟ ରାସ୍ତାର ଭଣ୍ଡାରୀ ଦଣ୍ଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକ ହେଲେ ଇନ୍ଦିପୁର ଅଞ୍ଚଳର ଲିପୁନ ସେନାପତି ଓ ପୁପୁନା ପାଢୀ ।

ପିପିଲି (କେନ୍ୟୁଜ): ଇଲେକ୍ଟ୍ରି ଖୁଣ୍ଟିରେ ପିଟିହେଲା ବାଇକ୍, ଦୁଇ ମୃତ । ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଇନ୍ଦିପୁର ମୁଖ୍ୟ ରାସ୍ତାର ଭଣ୍ଡାରୀ ଦଣ୍ଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକ ହେଲେ ଇନ୍ଦିପୁର ଅଞ୍ଚଳର ଲିପୁନ ସେନାପତି ଓ ପୁପୁନା ପାଢୀ । ଦୁଇ ଯୁବକ ବାଇକରେ ଆସୁଥିବାବେଳେ ଇଲେକ୍ଟ୍ରି ଖୁଣ୍ଟକୁ ଧକ୍କା ଦେଇଥିଲେ। ମୃତଦେହକୁ ଜବତ କରି ତଦନ୍ତ କରୁଛି ପୋଲିସ।

ଖବର ଅନୁଯାୟୀ, ଦୁଇ ଜଣ ବାଇକ୍‌ ଆରୋହୀତ ନିଜ ଗନ୍ତବ୍ୟସ୍ଥଳ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଟି ଘଟିଥିଲା। ବାଇକ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଥିଲା । ଯାହାଫଳରେ ଗାଡିରେ ଥିବା ଦୁଇ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ଗ୍ରାମବାସୀ ଦୁଇ ଜଣ ବାଇକ୍ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.