ଆଜିଠୁ ଆରମ୍ଭ ହେଲା +୨ ପରୀକ୍ଷା : ପ୍ରଥମ ସିଟିଂ ୧୦ ଟାରୁ ଆରମ୍ଭ ହୋଇ ଦିନ ୧ଟା ପର୍ଯ୍ୟନ୍ତ ଚାଲିବ

ଆଜିଠାରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ମାର୍ଚ୍ଚ ୨ରୁ ଆରମ୍ଭ ହେବ ବାଣିଜ୍ୟ ଓ କଳା ପରୀକ୍ଷା । ଏଥର ୩ ଲକ୍ଷ ୫୬ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେବେ ।

ଭୁବନେଶ୍ୱର (କେନ୍ୟୁଜ): ଆଜିଠାରୁ ଯୁକ୍ତ ଦୁଇ ଥିଓରୀ ପରୀକ୍ଷା । ଆଜିଠାରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ମାର୍ଚ୍ଚ ୨ରୁ ଆରମ୍ଭ ହେବ ବାଣିଜ୍ୟ ଓ କଳା ପରୀକ୍ଷା । ଏଥର ୩ ଲକ୍ଷ ୫୬ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେବେ । ଦିନ ୧୦ଟାରୁ ଦିନ ୧ଟା ଯାଏ ଗୋଟିଏ ସିଟିଂରେ ପରୀକ୍ଷା କରାଯିବ । ମୋଟ ୧୧ଶହ ୪୫ଟି କେନ୍ଦ୍ରରେ ହେବ ପରୀକ୍ଷା।

ପ୍ରଥମ ଦିନ ବିଜ୍ଞାନ ବିଭାଗର ଏମ୍‌ଆଇଏଲ୍‌(ଓଡ଼ିଆ) ପରୀକ୍ଷା ରହିଛି। ଧା‌ର୍ଯ୍ୟ ସମୟର ୩୦ ମିନିଟ୍‌ ପୂର୍ବରୁ ପରୀକ୍ଷାର୍ଥୀ କେନ୍ଦ୍ର ଭିତରକୁ ପ୍ରବେଶ କରିବେ। ୧୫ ମିନିଟ୍‌ ପୂର୍ବରୁ ପରୀକ୍ଷାର୍ଥୀ ନିଜ ସିଟ୍‌ରେ ବସିବେ। ପରୀକ୍ଷାର ୧୫ ମିନିଟ୍‌ ପୂର୍ବରୁ ପରୀକ୍ଷାର୍ଥୀଙ୍କୁ ଉତ୍ତରଖାତା ଏବଂ ୫ ମିନିଟ୍‌ ପୂର୍ବରୁ ପ୍ରଶ୍ନପତ୍ର ବଣ୍ଟନ କରାଯିବ। ଠିକ୍‌ ୧୦ଟା ବେଳେ ପରୀକ୍ଷାର୍ଥୀଙ୍କୁ ଉତ୍ତର ଖାତାରେ ଲେଖିବାକୁ ଅନୁମତି ମିଳିବ। କୋଭିଡ ଆଚରଣ ମାନି ପରୀକ୍ଷା ଦେବେ ଛାତ୍ରଛାତ୍ରୀ । କପି ରୋକିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପଦକ୍ଷେପ କରାଯାଇଛି । ସିସିଟିଭି ସର୍ଭେଲାନ୍ସ ମାଧ୍ୟମରେ ପରୀକ୍ଷା ପରିଚାଳନା କରାଯିବ ।