୨ ନକଲି ED ଅଧିକାରୀଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ, ଠକିଛନ୍ତି ଲକ୍ଷ ଲକ୍ଷ ଟଙ୍କା

ନିଜକୁ ଇଡି ଅଧିକାରୀ କହି ଶହ ଶହ ଲୋକଙ୍କ ଠାରୁ ଚୁନ ଲଗାଇଥିବା ୨ ଠକଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ର ସ୍ପେଶାଲ ଟାସ୍କଫୋର୍ସ । ୨ ଅଭିଯୁକ୍ତ ହେଉଛନ୍ତି ଢେଙ୍କାନାଳ ଦୋଳମଣ୍ଡପସାହିର ତାରିଣୀସେନ ମହାପାତ୍ର ଓ ବ୍ରହ୍ମଶଙ୍କର ମହାପାତ୍ର।

ଭୁବନେଶ୍ୱର (କେନ୍ୟୁଜ): ନିଜକୁ ଇଡି ଅଧିକାରୀ କହି ଶହ ଶହ ଲୋକଙ୍କ ଠାରୁ ଚୁନ ଲଗାଇଥିବା ୨ ଠକଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ର ସ୍ପେଶାଲ ଟାସ୍କଫୋର୍ସ । ୨ ଅଭିଯୁକ୍ତ ହେଉଛନ୍ତି ଢେଙ୍କାନାଳ ଦୋଳମଣ୍ଡପସାହିର ତାରିଣୀସେନ ମହାପାତ୍ର ଓ ବ୍ରହ୍ମଶଙ୍କର ମହାପାତ୍ର । ଅଭିଯୋଗ ମୁତାବକ ଏହି ଦୁଇ ଭାଇ ନିଜକୁ ଇଡି ଅଫିସର କହି ୩ ଶହ ସରକାରୀ ଅଧିକାରୀଙ୍କ ଠାରୁ ଠକେଇ କରିଛନ୍ତି  । ଛତ୍ରପୁର ଉପଜିଲ୍ଲାପାଳ ତଥା SDM ଦେବଦତ୍ତ ମହନ୍ତଙ୍କ ଅଭିଯୋଗକ୍ରମେ ତଦନ୍ତ କରିଥିଲା STF  । ତାରିଣିସେନ ଜଣେ ବିକମ ଗ୍ରାଜୁଏଟ ଓ ବ୍ରହ୍ମଶଙ୍କର ବିସିଏ ପାସ କରିଛନ୍ତି ।

ବିଳାସପୂର୍ଣ୍ଣ ଜୀବନ ବଞ୍ଚିବା ପାଇଁ ସେମାନେ ଏଭଳି ଠକେଇ କରୁଥିଲେ  । ଝାଡ଼ଖଣ୍ଡ ରାଞ୍ଚିରେ ସେ ଭଡାଘରେ ରହୁଥିଲେ । ଲୋକଙ୍କୁ ଭୁଆଁ ବୁଲାଇବା ପାଇଁ NGO ମଧ୍ୟ ଚଳାଉଥିଲେ । ଇଡି ରେଡ଼ ସମ୍ପର୍କିତ ସୂଚନା ପାଇବା ପରେ ସେ ନିଜକୁ ଇଡି ଅଫିସର କହୁଥିଲେ। କୌଣସି କେସ୍ ର ବୁଝାମଣା ପାଇଁ ଟଙ୍କା ଦେବାକୁ ଧମକାଉଥିଲେ । ତାଙ୍କ ଫୋନ ପେ ଯୋଗେ ୧୬ ଲକ୍ଷରୁ ଉର୍ଦ୍ଧ ଟଙ୍କା ଟ୍ରାଞ୍ଜ କସନ ହୋଇଥିବା ଜାଣିବାକୁ ପାଇଛି ପୋଲିସ। ଟଙ୍କା ନେବା ପରେ ମିଛ କ୍ଲିଅରାନ୍ସ ରିପୋର୍ଟ ମଧ୍ୟ ଦେଉଥିଲେ। ସେମାନଙ୍କ ଠାରୁ ଡେସ୍କଟପ, ମୋବାଇଲ , ବ୍ୟାଙ୍କ ପାସବୁକ, ମିଛ ପରିଚୟ ପତ୍ର , ୧୭ ଟି ଏଟିଏମ କାର୍ଡ ଜବତ କରାଯାଇଛି । ଦୁଇ ଠକ ଭାଇଙ୍କୁ କୋର୍ଟଚାଲାଣ କରିଛି STF।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.