ରାଜ୍ୟ

ଲକଡାଉନ ସମୟରେ ଆନ୍ଧ୍ରର ଏକ ଭୋଜିରେ ଯୋଗ ଦେଇଥିଲେ ଗଜପତି ରାମଗିରିର ଏକ ପରିବାର, କ୍ୱାରେଣ୍ଟାଇନରେ ରଖିଲା ପ୍ରଶାସନ

ମୋହନ(କେନ୍ୟୁଜ): ଗଜପତି ଜିଲ୍ଲା ଆର୍. ଉଦୟଗିରି ବ୍ଲକ୍ ରାମଗିରି ପଞ୍ଚାୟତ ସ୍ଥିତ ଅସ୍ଥାୟୀ ସ୍ଵାସ୍ଥ୍ୟ ଶିବିରରେ ଆନ୍ଧ୍ର ଫେରନ୍ତା ଦୁଇ ପରିବାରକୁ ରଖାଯାଇଛି ।ଉକ୍ତ ଦୁଇ ପରିବାର ରାମଗିରି ବାସିନ୍ଦା ହୋଇଥିବା ବେଳେ ଚାରି ଦିନ ତଳେ ସେମାନଙ୍କ ମଧ୍ୟରୁ ଗୋଟିଏ ପରିବାର ଆନ୍ଧ୍ରପ୍ରଦେଶର ପାଟପାଟନମ ଏକ ଭୋଜିରେ ଯୋଗ ଦେବାପାଇଁ ଯାଇଥିବା ବେଳେ ଦ୍ଵିତୀୟ ପରିବାର ସେମାନଙ୍କ ସଂସ୍ପର୍ଶରେ ଆସିଥିବା ସୂଚନା ମିଳିଛି l ପରେ ସେମାନେ ରାତି ଅଧରେ ପୁଣି ନିଜ ଗ୍ରାମ ରାମଗିରିକୁ ଫେରିଥିଲେ ।

ତେବେ ଗତକାଲି ଆନ୍ଧ୍ର ଏବଂ ଓଡ଼ିଶା ସୀମାନ୍ତ ଗଜପତି ଜିଲ୍ଲା ନିକଟବର୍ତ୍ତୀ ଗ୍ରାମରେ ତିନି କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିବା ପରେ ଏବେ ଜ଼ିଲ୍ଲା ପ୍ରଶାସନ ଅଧିକ ସଜାଗ ହୋଇଉଠିଛି l ଏହି ଖବର ପାଇ ଆର୍.ଉଦୟଗିରି ତହସିଲଦାର ସ୍ମୃତି ରଞ୍ଜନ ଶତପଥି ରାମଗିରିରେ ପହଞ୍ଚି ରାମଗିରି ଥାନା ଅଧିକାରୀ ବିକାଶ କୁମାର ସେଠୀ ଙ୍କ ସମେତ ସ୍ଥାନୀୟ ସରପଞ୍ଚ ଆଦିକନ୍ଦ କାର୍ଜୀଙ୍କ ସହ ଯାଇ ଉକ୍ତ ଦୁଇ ପରିବାରର ପାଞ୍ଚଜଣ ସଦସ୍ୟଙ୍କୁ ପଚରା ଉଚରା କରି ୧୪ଦିନ ପାଇଁ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର(କ୍ୱାରେଣ୍ଟାଇନ)ରେ ରଖିଛନ୍ତି l ଏହା ସହ ସମସ୍ତ ସଦସ୍ୟ ଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିବା ସୂଚନା ମିଳିଛି ।

Sasmita

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

31 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

46 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago