୨୨ ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା: ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଆସନ୍ତା ୨୨ ତାରିଖରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ପ୍ରଦାନ କରିଛନ୍ତି । ଚଳିତ ବର୍ଷ ସାଢ଼େ ୩ ଲକ୍ଷ ପିଲା ନାମ ଲେଖାଇଥିବା ନେଇ ସୂଚନା ମିଳିଛିି ।

ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି, ଏବେ ସୁଦ୍ଧା ଯୁକ୍ତ ଦୁଇ ପ୍ରଥମ ବର୍ଷରେ ସାଢ଼େ ୩ ଲକ୍ଷ ପିଲା ନାମ ଲେଖାଇ ସାରିଲେଣି। ଯେହେତୁ ଏତେ ସଂଖ୍ୟକ ପିଲା ନାମ ଲେଖାଇ ସାରିଲେଣି ତେଣୁ ୨୨ ତାରିଖରୁ ପାଠପଢ଼ା ଆରମ୍ଭ ହୋଇଯିବ।

ସେ ଆହୁରି କହିଛନ୍ତି, ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍ ନାମଲେଖା ସରିଛି। ତଥାପି ନାମଲେଖା ପକ୍ରିୟାକୁ ସେପ୍ଟେମ୍ବର ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.