Below header

ଗଣ୍ଡଗୋଳକୁ କେନ୍ଦ୍ର କରି ରାଜଧାନୀ ଉପକଣ୍ଠ ପଞ୍ଚୁପଲ୍ଲୀ ଠାରେ ବୋମାମାଡ଼, ୨ ଆହତ

ଭୁବନେଶ୍ୱର(କେନ୍ୟୁଜ୍): ରାଜଧାନୀ ଉପକଣ୍ଠରେ ବୋମାମାଡ଼। ଏୟାରଫିଲଡ଼ ଥାନା ପଞ୍ଚୁପଲ୍ଲୀ ଠାରେ ବୋମାମାଡ଼ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଭାବନୀୟ ଘଟଣା।ତେବେ ଯାହା ଜଣାପଡିଛି ବୋମାମାଡ଼ରେ ୨ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଏମ୍ସ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ବୋମାମାଡ଼ କରିଥିବା ଯୁବକ ଜଣକ ସ୍ଥାନୀୟ ଅଞ୍ଚଳର ଅକ୍ଷୟ ବୋଲି ସୂଚନା ମିଳିଛି। ଜନ୍ମାଷ୍ଟମୀ ରାତିରେ ହୋଇଥିବା ଗଣ୍ଡଗୋଳକୁ ନେଇ ଏହି ବୋମାମାଡ଼ ହୋଇଥିବା କୁହାଯାଉଛି । ଘଟଣା ସ୍ଥଳରେ କମିଶନରେଟ ପୋଲିସର ଛାନଭିନ୍ ଚାଲିଛି। ସୂଚନା ମୁତାବକ, ଅଭିଯୁକ୍ତ ଅକ୍ଷୟ ଜଣେ ପେଶାଦାର ଅପରାଧୀ। ତେଣୁ ଖୁବଶୀଘ୍ର ତାକୁ ଗିରଫ କରାଯିବ ବୋଲି ଭୁବନେଶ୍ବର ଡିସିପି ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.