ରାଜ୍ୟ

ଗଜପତି: କାର ସହ ଗଞ୍ଜେଇ ଜବତ, ପୁଣି ଦୁଇ ଅନ୍ତଃରାଜ୍ୟ ଗଞ୍ଜେଇ ଚୋରାଚାଳଣକାରୀ ଗିରଫ

ମୋହନା(କେନ୍ୟୁଜ୍): ଓଡିଶା ଗଞ୍ଜେଇ ରାଜ୍ୟ ବାହାରେ ବେଶ୍ ଚାହିଦା ସୃଷ୍ଟି କରିଛି। ସେଥିପାଇଁ ଅନେକ ସମୟରେ ଗଜପତି ଜିଲ୍ଲାରେ ଅନ୍ତଃରାଜ୍ୟ ଗଞ୍ଜେଇ ଚୋରାଚାଳଣକାରୀଙ୍କୁ  ଧରିବାରେ ପୋଲିସ ସଫଳ ହେଉଛି ।  ଆଜି ପୁଣି ଦୁଇ ଅନ୍ତଃରାଜ୍ୟ ଗଞ୍ଜେଇ  ମାଫିଆଙ୍କୁ ଧରିବାରେ ସଫଳ ହୋଇଛି ଗଜପତି ଜିଲ୍ଲା ଅଡ଼ବା ପୋଲିସ।

ଗଜପତି ଜ଼ିଲ୍ଲା ଅଡବା ପୋଲିସ ମଙ୍ଗଳବାର ଭୋର ସମୟରେ ଏସ. ଆଇ ଚନ୍ଦନ ଦାସ ଙ୍କ ନେତୃତ୍ୱ ରେ ପେଟ୍ରୋଲିଙ୍ଗ ସମୟରେ ମାଣ୍ଡିମେରା ଭକ୍ତ ନଗରରୁ ଏକ କାର (ନଂ-jh 01 V 2709)ରୁ ୬୭ କେଜି ୪୦୦ ଗ୍ରାମ ଗଞ୍ଜେଇ ଜବତ କରିଛି l ଉକ୍ତ ଗଞ୍ଜେଇ ଅଡବା ଅଞ୍ଚଳରୁ ବିହାର ଚାଲାଣ ହେଉଥିବା ପୋଲିସ ସୂଚନା ଦେଇଛି l

ଗଞ୍ଜେଇ ଚାଲାଣ ଅଭିଯୋଗରେ ପୋଲିସ ଦୁଇ ଅଭିଯୁକ୍ତ ବିହାର ପାଟନାର ଶାନ୍ତି ସିଂ ଏବଂ ନାଳନ୍ଦାର ରଜନୀକାନ୍ତକୁ ଗିରଫ କରିଛି l ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୩ ଲକ୍ଷରୁ ଉର୍ଦ୍ଧ  ବୋଲି ଜଣା ପଡିଛି।  ଗିରଫ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ପୋଲିସ ସୂଚନା ଦେଇଛି l

KNews Bureau

Recent Posts

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

13 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

15 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

50 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago