ମେ’ ୧୫ରେ ପ୍ରକାଶ ପାଇବ +୨ରେଜଲ୍ଟ : ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକର ପରୀକ୍ଷା ଫଳ

ଗୋଟିଏ ଦିନରେ ପ୍ରକାଶ ପାଇବ ଯୁକ୍ତ ୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଫଳ । ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ଖାତା ଦେଖା। ମେ ୧୫ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ । ମୂଲ୍ୟାୟନରେ ନିୟୋଜିତ ହେବେ ୧୫ ହଜାର ଅଧ୍ୟାପକ ।

ଭୁବନେଶ୍ୱର (କେନ୍ୟୁଜ): ଗୋଟିଏ ଦିନରେ ପ୍ରକାଶ ପାଇବ ଯୁକ୍ତ ୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଫଳ । ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ଖାତା ଦେଖା। ମେ ୧୫ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ ।

ସିଏଚଏସଇ ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଅନୁଯାୟୀ, ମୂଲ୍ୟାୟନରେ ନିୟୋଜିତ ହେବେ ୧୫ ହଜାର ଅଧ୍ୟାପକ । ଦୁଇଟି ପର୍ଯ୍ୟାୟରେ ହେବ ଖାତା ଦେଖା । ପ୍ରଥମ ପର୍ଯ୍ୟାୟ ମାର୍ଚ୍ଚ ୨୨ରୁ ଏପ୍ରିଲ ୨ ଯାଏ ଚାଲିବ । ସେହିପରି ଏପ୍ରିଲ ୪ରୁ ଆରମ୍ଭ ହେବ ଦ୍ବିତୀୟ ପର୍ଯ୍ୟାୟ ମୂଲ୍ୟାୟନ । ଏହା ଏପ୍ରିଲ ୧୫ ଯାଏ ଚାଲିବ । ତାପରେ ମେ ୧୫ ତାରିଖ ଭିତରେ ପ୍ରକାଶ ପାଇବ ରେଜଲ୍ଟ । ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ ବାହାରିବ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.