ପ୍ରକାଶ ପାଇଲା +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ, ରେଜଲ୍ଟ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର (କେନ୍ୟୁଜ): ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶିତ। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ରେଜଲ୍‌ଟ ଘୋଷଣା କରିଛନ୍ତି। େଓ୍ଵବସାଇଟରୁ ପରୀକ୍ଷାଫଳ ଜାଣି ପାରିବେ ଛାତ୍ରଛାତ୍ରୀ। www.orissaresults.nic.in ଓ SAMS espace ୱେବସାଇଟ ମାଧ୍ୟମରେ ରେଜଲ୍ଟ ଉପଲ୍‌ବଧ ହେବ।

ବିଜ୍ଞାନ ବିଭାଗର ୭୮ ହଜାର ଓ ବାଣିଜ୍ୟରେ ୨୪ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ ପାଖାପାଖି ୧ ଲକ୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ। ଚଳିତ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୩ ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ +୨ ପରୀକ୍ଷା ଦେଇଥିଲେ। କଳାରେ ୨ ଲକ୍ଷ ୧୩ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୭୮ହଜାର ୭୭ଜଣ, ବାଣିଜ୍ୟରେ ୨୪ହଜାର ୧୩୬ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ପରୀକ୍ଷା ଦେଇଥିଲେ। ଚଳିତବର୍ଷ ମୂଲ୍ୟାୟନ ପାଇଁ ଦୁଇ ପ୍ରକାର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଥିଲା। ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯିବ। ଅଗଷ୍ଟ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ କଳାର ଫଳ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.