ବ୍ରହ୍ମପୁର: ତାରାତାରିଣୀ ମନ୍ଦିରର ପାହାଡ଼ ରାସ୍ତାରେ ବସ ସହ ଟ୍ରକ ମୁହାଁ ମୁହିଁ ଧକ୍କା, ଜଣେ ଗୁରୁତର ଓ ୭ ଆହତ 

ବ୍ରହ୍ମପୁର (କେନ୍ୟୁଜ୍): ଗଞ୍ଜାମ ଜିଲ୍ଲା ତାରାତାରିଣୀ ମନ୍ଦିରର ପାହାଡ଼ ରାସ୍ତାରେ ଦୁର୍ଘଟଣା । ଯାତ୍ରୀବାହୀ ବସ ସହ ଏକ ଟ୍ରକ ମୁହାଁ ମୁହିଁ ଧକ୍କା । ଏଥିରେ ଟ୍ରକ ଡ୍ରାଇଭର ଗୁରୁତର ଆହାତ ହୋଇଥିବା ବେଳେ ବସରେ ଥିବା ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆଜି ପୋଲସରା ଅଞ୍ଚଳର କିଛି ବ୍ୟକ୍ତି ମା ତାରାତାରିଣୀ ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ମନ୍ଦିରର ପାହାଡ଼ ରାସ୍ତାରେ ବିପରୀତ ପଟୁ ଆସୁଥିବା ଏକ ଟ୍ରକ ସହ ମୁହାଁ ମୁହିଁ ଧକ୍କା ହୋଇଥିଲା ।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ପୁରୁଷୋତ୍ତମପୁର ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରିଛନ୍ତି । ତେବେ ଦୁଇ ଜଣଙ୍କ ଗୁରୁତର ଥିବା ଯୋଗୁଁ ତାଙ୍କୁ ଅଧିକା ଚିକିତ୍ସା ଲାଗି ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେପଟେ ଘଟଣାସ୍ଥଳରେ ପୁରୁଷୋତ୍ତମପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.