Below header

ପ୍ରକାଶ ପାଇଲା +୨ ରେଜଲ୍ଟ , ପ୍ରଥମେ ବାହାରିଲା ବିଜ୍ଞାନ ଓ ବାଣିଜ୍ୟ ଫଳ

ପ୍ରକାଶ ପାଇଲା ଯୁକ୍ତ ଦୁଇ ରେଜଲ୍ଟ । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇଛି । ରେଜଲ୍ଟ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ।

ଭୁବନେଶ୍ୱର (କେନ୍ୟୁଜ): ପ୍ରକାଶ ପାଇଲା ଯୁକ୍ତ ଦୁଇ ରେଜଲ୍ଟ । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇଛି । ରେଜଲ୍ଟ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି । ଚଳିତବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ବିଜ୍ଞାନରେ ପାସ୍ ହାର ୮୪.୯୩% ରହିଛି। ସେହିପରି ଯୁକ୍ତ ଦୁଇ ବାଣିଜ୍ୟରେ ପାସ୍ ହାର ୮୧.୧୨% ରହିଛି।

ପରୀକ୍ଷା ଫଳ ଦେଖିବା ପାଇଁ ଛାତ୍ରଛାତ୍ରୀ www.chseodisha.nic.in ଏବଂ www.odisharesults.nic.inରେ ଲଗ୍ ଇନ୍ କରିପାରିବେ । SAMS ପୋର୍ଟାଲରେ ମଧ୍ୟ ଉପଲବ୍ଧ ହେବ ପରୀକ୍ଷା ଫଳ । ବିଭାଗୀୟ ମନ୍ତ୍ରୀ, ସିଏଚଏସଇ ଅଧ୍ୟକ୍ଷ ଓ ଅନ୍ୟାନ୍ୟ ଅଧିକାରୀ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି । ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀମାନେ ତାଙ୍କ ମାର୍କସିଟ୍ ଓେବସାଇଟରୁ ଡାଉନଲୋଡ୍ କରିପାରିବେ ।

ସେହିପରି  ଜୁନ ୮ ସୁଦ୍ଧା ପ୍ରକାଶ ପାଇବ କଳା ବିଭାଗର ପରୀକ୍ଷା ଫଳ । CHSE ଅଧକ୍ଷ ଅଶ୍ୱିନ କୁମାର ମିଶ୍ର ଏହି ସୂଚନା ଦେଇଛନ୍ତି । ଚଳିତ ବର୍ଷ ମୋଟ୍ ୧ ହଜାର୧୪୫ ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୫୭ ହଜାର ୯୪୨ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଏଥି ମଧ୍ୟରୁ ବିଜ୍ଞାନରେ ୯୧ ହଜାର ୩୭୯, ବାଣିଜ୍ୟରେ ୨୩ ହଜାର୧୪୮ ଜଣ, କଳାରେ ୨ ଲକ୍ଷ ୨୯ ହଜାର ୧୧୦ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ମାର୍ଚ୍ଚ ୧ ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ପରୀକ୍ଷା । ଏପ୍ରିଲ ୧୦ ତାରିଖରେ ଖାତାଦେଖା ଆରମ୍ଭ ହୋଇଥିଲା ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.