ରାଜ୍ୟ

ତାଳଚେରରେ ଦୁଇ କେନ୍ଦ୍ରମନ୍ତ୍ରୀ: ନିର୍ମାଣାଧୀନ ସାର କାରଖାନାର କଲେ ସମୀକ୍ଷା

ତାଳଚେର(କେନ୍ୟୁଜ୍):  ତାଳଚେରରେ ଦୁଇ କେନ୍ଦ୍ରମନ୍ତ୍ରୀ। କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଓ ଧର୍ମେନ୍ଦ୍ର ପ୍ରଧାନ ତାଳଚେର ଗସ୍ତରେ ଆସି ଏଫସିଆଇ ସ୍ଥିତ ସିଆଇଏସ୍‌ଏଫ୍‌ ପଡିଆରେ ଓହ୍ଲାଇ ତାଳଚେର ସାର କାରଖାନା ପରିଦର୍ଶନ କରିଛନ୍ତି। ଟିଏଫଏଲର ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିବା ସହ ଶୀଘ୍ର କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରାୟ ୧୭ହଜାର କୋଟି ଟଙ୍କାରେ କୋଲ ଗ୍ୟାସିଫିକେସନ ଭିତ୍ତିକ ପ୍ଲାଣ୍ଟ ପ୍ରତିଷ୍ଠା କରାଯାଉଛି। କୋଇଲାକୁ ବ୍ୟବହାର କରି ୟୁରିଆ ସାର ପ୍ରସ୍ତୁତ କରାଯିବ।

ସାରା ଦେଶରେ ଏଭଳି ବୈଷୟିକ ଜ୍ଞାନକୌଶଳରେ ୫ଟି ପ୍ଲାଣ୍ଟ ନିର୍ମାଣ କରାଯାଇଛି। ସେଥିରୁ ୪ଟି କାର୍ଯ୍ୟକ୍ଷମ ହୋଇଥିବା ବେଳେ ତାଳଚେର ସାର କାରଖାନାକୁ ୨୪ ଡିସେମ୍ବର ୨୦୨୪ ପୂର୍ବରୁ ନିର୍ମାଣ କାର୍ଯ୍ୟ ଶେଷ କରାଯିବ ବୋଲି କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ କହିଛନ୍ତି। କୋଲ ଇଣ୍ଡିଆ, ଗ୍ୟାସ ଅଥରିଟି ଅଫ ଇଣ୍ଡିଆ ଏବଂ ରାଷ୍ଟ୍ରୀୟ ଫର୍ଟିଲାଇଜର କର୍ପୋରେସନ ମିଳିତ ଉଦ୍ୟମରେ ସାର କାରଖାନା ପ୍ରତିଷ୍ଠା କରାଯାଉଛି। ଉଚ୍ଚସ୍ତରୀୟ ବୈଠକରେ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ଦୁଇ କେନ୍ଦ୍ରମନ୍ତ୍ରୀ।

 

KNews Bureau

Recent Posts

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

5 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

11 mins ago

ଶପଥ ନେବା ପାଇଁ ଟ୍ରାକ୍ଟରରେ ସଂସଦ ପହଞ୍ଚିଲେ ରାଜସ୍ଥାନର ସାଂସଦ ଅମରାରାମ, ଭିଡିଓ ଭାଇରଲ

ସାଂସଦ ଅମରାରାମ ଦିଲ୍ଲୀ ରାଜସ୍ଥାନ ହାଉସରୁ ସଂସଦ ପାଇଁ ଟ୍ରାକ୍ଟରରେ ଯାତ୍ରା କରିଛନ୍ତି । ନିଜର ଦେଶୀ ରାଜସ୍ଥାନ ଅନ୍ଦାଜରେ…

16 mins ago

ସାପ ଧରିବାକୁ ଯାଇଥିଲେ, ହେଲେ ଜାରରେ ଭର୍ତ୍ତି କରିବା ସମୟରେ କାମୁଡିଦେଲା ହାତକୁ

ସୁବର୍ଣ୍ଣପୁର : ସାପ କାମୁଡାରେ ସାପ ଧରାଳୀର ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ଘଟିଯାଇଛି ଏଭଳି ଏକ…

17 mins ago

Airtel ୟୁଜର୍ସଙ୍କ ପାଇଁ ଖୁସି ଖବର, ୮୪ ଦିନ ଭାଲିଡିଟି ସହ ପ୍ରତିଦିନ ମିଳିବ ୩GB ଡାଟା

ଦେଶର ଦ୍ୱିତୀୟ ବୃହତ୍ତମ ଟେଲିକମ୍ କମ୍ପାନୀ ଏୟାରଟେଲ୍ ଏହାର ଉନ୍ନତ କନେକ୍ଟିଭିଟି ପାଇଁ ବେସ ଜଣାଶୁଣା । ଦେଶର ଦୂରବର୍ତ୍ତୀ…

1 hour ago

ଇରଫାନ ପଠାନଙ୍କ ମେକଅପ୍‌ ଆର୍ଟିଷ୍ଟଙ୍କ ମୃତ୍ୟୁ, ସୁଇମିଂ ପୁଲରେ ଗାଧେଇବା ବେଳେ ଚାଲିଗଲା ଜୀବନ

ପୂର୍ବତନ ଭାରତୀୟ କ୍ରିକେଟର ତଥା କମେଣ୍ଟେଣ୍ଟର ଇରଫାନ ପଠାନଙ୍କ ମେକଅପ ଆର୍ଟିଷ୍ଟଙ୍କ ମୃତ୍ୟୁ । ସୁଇମିଂ ପୁଲରେ ବୁଡ଼ି ଯିବାରୁ…

1 hour ago