ରାଜ୍ୟ

ପଥର ଖାଦାନରେ ଦୁର୍ଘଟଣା: ମାଟି ଅତଡା ଖସି ଦୁଇ ଶ୍ରମିକଙ୍କ ମୃତ୍ୟୁ

ଯାଜପୁର (କେନ୍ୟୁଜ): ବେଆଇନ କଳାପଥର ଖାଦାନରୁ ଖସି ପଡି ୨ଜଣ ଶ୍ରମିକଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ଲୁଣିବର କଳାପଥର ଖାଦାନରେ। ଆଜି ସକାଳେ ଖାଦାନରେ ମେସିନ ସାହାଯ୍ୟରେ କାମ କରୁଥିବା ବେଳେ ଅତଡା ଖସି ଜଣେ ଶ୍ରମିକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା।

ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଶ୍ରମିକ ଦ୍ବୟ ହେଲେ ଜେନାପୁର ଥାନା ଗେଙ୍ଗୁଟିଆ ଗ୍ରାମର ଅପୁ ରାଉତ ଏବଂ କେନ୍ଦୁଝର ଜିଲ୍ଲା ତେଲକୋଇ ଗ୍ରାମର ଶାନ୍ତନୁ ଖିଲାର। ଉଭୟ ମେସିନର ଡ୍ରାଇଭର ଓ ହେଲପର ଭାବେ କାର୍ଯ୍ୟ କରୁଥିବା ବେଳେ ଆଜି ଖାଦାନରେ କାମ କରୁଥିବା ସମୟରେ ମେସିନ ସହ ତଳକୁ ଖସି ପଡ଼ି ମୃତ୍ୟୁ ବରଣ କରିଥିବା ଜଣାଯାଇଛି। ଖବର ପାଇ ପୋଲିସ ଏବଂ ତହସିଲ ପ୍ରଶାସନ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି।

Barsha

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

16 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

48 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

51 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

57 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

1 hour ago