Below header

କେନ୍ଦୁଝର: ଗୁଣ୍ଡିଚାଘାଗି ଜଳପ୍ରପାତ ବୁଲିବାକୁ ଆସି ଫେରିବା ବେଳେ ବାଇକ ହେଲା ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ଦୁଇ ଯୁବକଙ୍କ ଜୀବନ

ଘଟଗାଁ(କେନ୍ୟୁଜ୍): କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ବଣଚକୁଳିଆ ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ । ଏହି ଘଟଣା ରେ ୨ ଯୁବକ ମୃତ। ସୂଚନା ଅନୁଯାୟୀ ଭଦ୍ରକ ଜିଲ୍ଲା ତିହିଡି ଅଞ୍ଚଳର ଦୁଇଜଣ ଯୁବକ ବାଇକ ଯୋଗେ ଗୁଣ୍ଡିଚାଘାଗି ଜଳପ୍ରପାତ ବୁଲିବା ପାଇଁ ଆସିଥିଲେ ସେଠାରୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

ଖବର ପାଇ ଅଗ୍ନିଶମ ବାହିନୀ ଉଭୟଙ୍କୁ ଉଦ୍ଧାରକରି ଘଟଗାଁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । କିନ୍ତୁ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଘଟଣାର ତଦନ୍ତ ଜାରିରଖିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.