ଅନୁଗୁଳ: ରାସ୍ତା କଡକୁ ଓଲଟିଲା ବସ୍‌, ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ

ଅନୁଗୁଳ(କେନ୍ୟୁଜ୍): ରାସ୍ତା କଡକୁ ଓଲଟିଲା ବସ୍‌। ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଅନୁଗୁଳ ଜିଲ୍ଲା ବଅଁରପାଳ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦିଲଖୁସ୍‌ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଝାରସୁଗୁଡ଼ାରୁ କଟକ ଆସୁଥିବା ବେଳେ ବଅଁରପାଳ ଛକ ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ରାସ୍ତା କଡକୁ ଓଲଟି ପଡିଥିଲା। ଆହତ ମାନଙ୍କ ମଧ୍ୟରେ ୫ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କରିଥିଲେ।

Leave A Reply

Your email address will not be published.